Advertisment

ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପ ଭିତରେ ପଶିଲା ପାଣି, ବିଦ୍ୟୁତ୍ ଉତ୍ପାଦନ ବନ୍ଦ

ମାଛକୁଣ୍ଡ ପ୍ରକଳ୍ପରୁ ଦୈନିକ ୮୦ ମେଗାୱଟ ବିଦ୍ୟୁତ ଉତ୍ପାଦନ ହୁଏ । ଏହା ଆଜି ବନ୍ଦ ହେବା ପରେ ବିଦ୍ୟୁତ୍ ସେବା ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି ।

ଅଦ୍ୟତନ ହୋଇଛି
Flood Water enters into Power Project of Machkund Dam

Flood Water enters into Power Project of Machkund Dam

Advertisment

ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପ ଭିତରେ ପଶିଲା ପାଣି, ବିଦ୍ୟୁତ୍ ଉତ୍ପାଦନ ବନ୍ଦ । ପ୍ରକଳ୍ପରେ ବନ୍ୟାଜଳ ପଶିବା ପରେ ବିଦ୍ୟୁତ ଉତ୍ପାଦନ ବନ୍ଦ ହୋଇଛି । ଏନେଇ ବିଦ୍ୟୁତ ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ମାଛକୁଣ୍ଡ ପ୍ରକଳ୍ପରୁ ଦୈନିକ ୮୦ ମେଗାୱଟ ବିଦ୍ୟୁତ ଉତ୍ପାଦନ ହୁଏ । ଏହା ଆଜି ବନ୍ଦ ହେବା ପରେ ବିଦ୍ୟୁତ୍ ସେବା ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି । ବିଦ୍ୟୁତ ପ୍ରକଳ୍ପର ୨ ନମ୍ବର ୟୁନିଟ୍ ଭିତରେ ବନ୍ୟା ଜଳ ପ୍ରବେଶ କରିଛି l

Advertisment

ବନ୍ୟା ଜଳ ବାହାର କରିବାକୁ କର୍ମଚାରୀମାନେ ଉଦ୍ୟମ ଚଳାଇଛନ୍ତି । ପାଇପ୍ ଲଗାଇ ପାଣି ବାହାର କରିବାକୁ ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି। ଲଗାଣ ବର୍ଷା ଯୋଗୁଁ ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପର ମୁଖ୍ୟ ଜଳଭଣ୍ଡାରରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବନ୍ୟା ଜଳ। ଜଳଭଣ୍ଡାର ଭିତରେ ବନ୍ୟା ଜଳ ପ୍ରବେଶ କରୁଥିବାରୁ ୫ଟି ଗେଟ ଖୋଲି ଦିଆଯାଇଛି ।

ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୨୩ ହଜାର କ୍ୟୁସେକ ଜଳ  ନିଷ୍କାସନ କରାଯାଉଛି। ସେହିପରି ମାଛକୁଣ୍ଡ ଡ଼ି ଡ୍ୟାମରୁ ୪ଟି ଗେଟରେ ୨୦ ହଜାର କ୍ୟୁସେକ ଜଳ ପ୍ରତି ସେକେଣ୍ଡରେ ନିଷ୍କାସନ କରାଯାଇ ମାଛକୁଣ୍ଡ ନଦୀରେ ଛଡା ଯାଉଛି । 

Advertisment

Flood Water Machkund Hydroelectric Project
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ