/odishatv-khabar/media/post_attachments/uploadimage/library/16_9/16_9_0/IMAGE_1734861786.jpg)
Former BJD MLA Bijay Mohanty
ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ବିଜୟ ମହାନ୍ତି ଆଉ ନାହାନ୍ତି । ୬୦ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ହୋଇଛି । କିଛି ଦିନ ହେବ ସେ ହୃଦରୋଗ ଯୋଗୁଁ ଅସୁସ୍ଥ ଥିଲେ । ତାଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲେ ବି ତାଙ୍କର ମୃତ୍ୟୁ ହୋଇ ସାରିଥିବା ଡାକ୍ତର ସୂଚନା ଦେଇଥିଲେ ।
୨୦୦୯ ଏବଂ ୨୦୧୪ ରେ ଦୁଇ ଥର ଭୁବନେଶ୍ୱର ମଧ୍ୟରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେପଟେ ପୂର୍ବତନ ବିଧାୟକ ତଥା ଦଳର ବରିଷ୍ଠ ନେତା ବିଜୟ କୁମାର ମହାନ୍ତିଙ୍କ ଦେହାନ୍ତ ଖବର ପାଇ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ କଲ୍ୟାଣ ଦିଗରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ସେ ଶୋକ ବାର୍ତ୍ତାରେ କହିଛନ୍ତି ।
ଏପରି ଦୁଃଖଦ ସମୟରେ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ନବୀନ ପଟ୍ଟନାୟକ । ସେହିପରି ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତିଙ୍କ ବିୟୋଗ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା । ତାଙ୍କ ସହ ରାଜନୈତିକ ତଥା ବ୍ୟକ୍ତିଗତ ପରିଚୟ ଥିଲା ବୋଲି ସେ କହିଛନ୍ତି । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ବୈଜୟନ୍ତ ପଣ୍ଡା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)