ଓଡ଼ିଶାରେ ଅଛି ସୁନା ଖଣି। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା । ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଥିବା ସେ କହିଛନ୍ତି । ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି । ଜିଏସ୍ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ସୁନା ସନ୍ଧାନ ମିଳିଛି । ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି । ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।
Also Read
#ଓଡ଼ିଶାରେ_ସୁନା_ଖଣି
— ଓଟିଭି (@otvkhabar) August 22, 2024
- ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଥିବା କହିଲେ ଖଣି ମନ୍ତ୍ରୀ
- ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୁତି ଜେନାଙ୍କ ଉତ୍ତର
- ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ମିଳିଲା ସୁନାପଥର ସନ୍ଧାନ
- ଜିଏସ୍ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ମିଳିଲା ସୁନା ସନ୍ଧାନ
- ଏହି ଅଞ୍ଚଳରେ ସୁନା ଗଛିତ… pic.twitter.com/n9Uqimsjfo