ଅଦ୍ୟତନ ହୋଇଛି
Gold Mines
Advertisment
ଓଡ଼ିଶାରେ ଅଛି ସୁନା ଖଣି। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା । ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଥିବା ସେ କହିଛନ୍ତି । ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି । ଜିଏସ୍ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ସୁନା ସନ୍ଧାନ ମିଳିଛି । ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି । ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1724313803.jpg)