Advertisment

ତେଜିଲା ରାଜନୀତି, ରାଜଭବନ ଆଗରେ ଯୁବ ଛାତ୍ର କଂଗ୍ରେସର ବିକ୍ଷୋଭ

ପୁରୀ ରାଜଭବନରେ କାର୍ଯ୍ୟରତ ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଅଭିଯୋଗରେ ତେଜିଲା ରାଜନୀତି ।

ଅଦ୍ୟତନ ହୋଇଛି
Odisha Politics

Odisha Politics

Advertisment

ପୁରୀ ରାଜଭବନରେ କାର୍ଯ୍ୟରତ ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଅଭିଯୋଗରେ ତେଜିଲା ରାଜନୀତି । ଭୁବନେଶ୍ୱରରେ ରାଜଭବନ ଆଗରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି କଂଗ୍ରେସ ।

Advertisment

ପୋଲିସ ଆନ୍ଦୋଳନକାରୀ ଏକାଧିକ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି । ସେହିପରି ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନ୍ୟାୟ ଦିଅନ୍ତୁ ବୋଲି ଦାବି କରିଛି ବିଜେଡି । ପ୍ରତାପ ଦେବ କହିଛନ୍ତି, ମୁଖ୍ୟମନ୍ତ୍ରୀ ନିଜେ ଗୃହ ଓ ସାଧାରଣ ପ୍ରଶାସନ ବିଭାଗର ମନ୍ତ୍ରୀ । ଏଯାଏଁ ପୋଲିସ ପକ୍ଷରୁ କିଛି କାର୍ଯ୍ୟାନୁଷ୍ଠାନ ହୋଇନି ।

ମୁଖ୍ୟମନ୍ତ୍ରୀ ନିଜେ ଗ୍ରିଭାନ୍ସ ଖୋଲିଛନ୍ତି, ସାଧାରଣ କର୍ମଚାରୀଙ୍କୁ ନ୍ୟାୟ ଦିଅନ୍ତୁ ବୋଲି କହିଛି ବିଜେଡି । ଗତ ୭ ତାରିଖରେ ପୁରୀ ରାଜଭବନରେ କାର୍ଯ୍ୟରତ ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ଓ ଅନ୍ୟ ୫ ଜଣ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏନେଇ ପୁରୀ ସମୁଦ୍ରକୂଳ ଥାନାରେ ଅଭିଯୋଗ କରିଛନ୍ତି ବୈକୁଣ୍ଠଙ୍କ ପତ୍ନୀ ।

Advertisment

ଦୋଷୀଙ୍କ ବିରୋଧରେ ସେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ସେପଟେ, ଅଭିଯୋଗ ଉପରେ ରାଜ୍ୟପାଳଙ୍କ ପୁଅ କିମ୍ବା ରାଜଭବନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ । ପୋଲିସ ପକ୍ଷରୁ ବି ପ୍ରତିକ୍ରିୟା ମିଳିନାହିଁ । ସୂଚନାଯୋଗ୍ୟ, ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ଦ୍ୱାରା ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ନେଇ ଓଡ଼ିଶା ସଚିବାଳୟ ସେବାର ଅଧିକାରୀ ବୈକୁଣ୍ଠନାଥ ପ୍ରଧାନ ସଙ୍ଗୀନ ଅଭିଯୋଗ ଆଣିଥିଲେ ।

ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ଲିଖିତ ଭାବେ ଅଭିଯୋଗ କରିବା ପରେ ଘଟଣା ପଦାକୁ ଆସିଥିଲା । ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ଦେଇଥିବା ଲିଖିତ ଅଭିଯୋଗରେ ବୈକୁଣ୍ଠ ଦର୍ଶାଇଛନ୍ତି ଯେ, ପୁରୀ ରାଜଭବନରେ ଜୁଲାଇ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ ।

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୁଲାଇ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ ଗତ ୫ତାରିଖରୁ ପୁରୀରେ ରହିଥିଲେ । ୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ୍ ଭଲରେ ସମ୍ପାଦନ ହୋଇଥିଲା । କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବା ବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ ।

ରାଜଭବନର ସୁଟ୍ ନମ୍ବର-୪ରେ ରହୁଥିବା ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ, କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ କୁଆଡ଼େ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଅଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ। ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ ବୋଲି ବୈକୁଣ୍ଠ ଅଭିଯୋଗ କରିଥିଲେ ।

Governor Son
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ