/odishatv-khabar/media/post_attachments/uploadimage/library/16_9/16_9_0/IMAGE_1728409219.jpg)
Government Employee
ବଢ଼ିଲା ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି । ରାଜ୍ୟ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି-DCRG ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଏହା ପିଛିଲା ଭାବେ ୨୦୨୪ ଜାନୁଆରୀ ୧ରୁ ଲାଗୁ ହେବ । ୨୦୨୪ ଜାନୁଆରୀ ପହିଲାରୁ କେନ୍ଦ୍ର ସରକାର ମଧ୍ୟ ସମସ୍ତ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ୍ ସର୍ଭିସେସ୍ ପେନସନ ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି ବୃଦ୍ଧି କରିଥିଲେ ।
ବଢ଼ିଲା ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି। ରାଜ୍ୟ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।#Odisha#GovernmentEmployee#Gratuity#OTVpic.twitter.com/AsS9ilnbc9
— ଓଟିଭି (@otvkhabar) October 8, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)