Advertisment

ବଢ଼ିଲା ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା, ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି-DCRG ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Government Employee

Government Employee

Advertisment

ବଢ଼ିଲା ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି । ରାଜ୍ୟ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି-DCRG ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

ତେବେ ଏହା ପିଛିଲା ଭାବେ ୨୦୨୪ ଜାନୁଆରୀ ୧ରୁ ଲାଗୁ ହେବ । ୨୦୨୪ ଜାନୁଆରୀ ପହିଲାରୁ କେନ୍ଦ୍ର ସରକାର ମଧ୍ୟ ସମସ୍ତ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ୍ ସର୍ଭିସେସ୍ ପେନସନ ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି ବୃଦ୍ଧି କରିଥିଲେ । 

Advertisment

Government Employees Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ