habishyali
ପୁରୀ : ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା । ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ଟାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳୀଙ୍କ ପାଇଁ ଏଥର ହୋଇଛି ବ୍ୟବସ୍ଥା । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ। ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନୋଟି ସ୍ଥାନରେ ହବିଷ୍ୟାଳୀଙ୍କ ରହିବା ନେଇ ବ୍ୟବସ୍ଥା ହୋଇଛି।
ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବ । ରହଣି ସହ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ଯୋଜନା କରିଛନ୍ତି ପୁରୀ ଜିଲ୍ଲାପ୍ରଶାସନ । ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ୨୦୨୫ ପାଇଁ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ ହବିଷ୍ୟାଳୀ।
edistrict.odisha.gov.in ଅନଲାଇନ୍ ଲିଙ୍କ ରେ ଆବେଦନ କରିପାରିବେ । ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିତ ମହିଳାମାନେ ଆବେଦନ କରିପାରିବେ । ଶାରୀରିକ ମାନସିକ ଭାବରେ ସୁସ୍ଥ ଥିବା ସହ ନୂଆ ଆବେଦନକାରୀ ହୋଇଥିଲେ ପ୍ରାଧାନ୍ୟ ଦିଆଯିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/habishyali_1758021354.jpg)