/odishatv-khabar/media/post_attachments/uploadimage/library/16_9/16_9_0/IMAGE_1727783758.jpg)
Mahanga Double Murder Case
ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ଆସିଲା ବଡ଼ ଖବର । ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍ ଦେଲେ ହାଇକୋର୍ଟ । ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କଲେ ହାଇକୋର୍ଟ । ତଳକୋର୍ଟ ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା । ମାହାଙ୍ଗା ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ ଜେନା । ଚାର୍ଜସିଟ୍ରେ ପ୍ରତାପଙ୍କ ନାଁ ନଥିବାରୁ ପୁନଃ ତଦନ୍ତ ନିର୍ଦ୍ଦେଶ ହୋଇଥିଲା ।
ସାଲେପୁର କୋର୍ଟଙ୍କ ପୁନଃ ତଦନ୍ତ ନିର୍ଦ୍ଦେଶ ପରେ ପୋଲିସ ନାଁ ଯୋଡ଼ିଥିଲା । କୋର୍ଟଙ୍କ ରାୟ ପରେ ଏକ୍ସ ଜରିଆରେ ପ୍ରତିକ୍ରିୟା ରଖିଛନ୍ତି ପ୍ରତାପ ଜେନା । ସତ୍ୟର ସବୁବେଳେ ଜୟହୁଏ ବୋଲି ଲେଖିଲେ ପ୍ରତାପ ଜେନା।
ଅଧିକ ପଢ଼ନ୍ତୁ: ଶ୍ରୀମନ୍ଦିର ରୋଷରେ ଲୁହା କଡ଼େଇ ବ୍ୟାନ୍, କାର୍ଯ୍ୟାନୁଷ୍ଠାନ ନେଲା ମନ୍ଦିର ପ୍ରଶାସନ
୨ ଜାନୁଆରୀ ୨୦୨୧ରେ ଘଟିଥିଲା ଏହି ବହୁ ଚର୍ଚ୍ଚିତ ଡବଲ ମର୍ଡର । ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ତେବେ ଏହି ଘଟଣାରେ ବିଜେଡି ନେତା ତଥା ସେତେବେଳର ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଅଭିଯୋଗ ଆସିଥିଲା । ଅଭିଯୋଗ ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ଉଲ୍ଲେଖ କରିଥିଲା ପୋଲିସ ।
ତେବେ ଚାର୍ଜସିଟରୁ ତାଙ୍କ ନାଁ ହଟାଇବାକୁ ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଏହି ଡବଲ ମର୍ଡର ଘଟଣାକୁ ନେଇ ସେତେବେଳେ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍
-ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କଲେ ହାଇକୋର୍ଟ
-ତଳକୋର୍ଟ ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା
-ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ ଜେନା#PratapJena#MahangaDoubleMurderpic.twitter.com/Rl0FHzE8r7— ଓଟିଭି (@otvkhabar) October 1, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)