• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶରେ ହାଇ ଆଲର୍ଟ । ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଦିଲ୍ଲୀ, କୋଲକାତା, ଚେନ୍ନାଇରେ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି । ସବୁ ଷ୍ଟେସନରେ ଫ୍ଳାଗ୍ ମାର୍ଚ କରିବା ସହ ଲୋକଙ୍କୁ ସତର୍କ କରାଯାଉଛି । ଏହି କ୍ରମରେ ଭୁବନେଶ୍ଵରରେ ରେଳ ଷ୍ଟେସନରେ RPF ପକ୍ଷରୁ ଫ୍ଳାଗ୍ ମାର୍ଚ କରାଯିବା ସହ ଲୋକଙ୍କୁ ସଚେତନ କରାଯାଉଛି ।

କୌଣସି ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ସନ୍ଦେହ ଜନକ ଜିନିଷ ଦେଖିବା ମାତ୍ରେ ତୁରନ୍ତ GRP କିମ୍ବା RPF କୁ ସୂଚନା ଦେବା ପାଇଁ ଲୋକଙ୍କୁ କୁହାଯାଉଛି । ସେହିଭଳି କୌଣସି ଲୋକ ସନ୍ଦେହଜନକ କାର୍ଯ୍ୟ କରୁଥିବା ଦେଖିଲେ ତୁରନ୍ତ ଖବର ଦେବା ପାଇଁ RPF ପକ୍ଷରୁ କୁହାଯାଇଛି । ଭୁବନେଶ୍ୱର ରେଳ ଷ୍ଟେସନରେ ହାତରେ ମେଟାଲ ଡ଼ିଟେକ୍ଟର ଧରି RPF ତନ୍ନ ତନ୍ନ ଯାଞ୍ଚ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି ।

Also Read

 

ସମସ୍ତ ଯାତ୍ରୀଙ୍କର ଲଗେଜ୍ ସ୍କାନ୍ କରିବା ସହ ବ୍ୟାଗ୍ ଚେକିଂ ମଧ୍ୟ କରାଯାଉଛି । ଡାକବାଜି ଯନ୍ତ୍ର ଦ୍ଵାରା ସମସ୍ତ ରେଳ ଯାତ୍ରୀଙ୍କୁ ଏହିଭଳି ଆଲର୍ଟ କରାଯାଉଛି। ତେବେ କେବଳ ଭୁବନେଶ୍ୱର ନୁହେଁ ସାରା ଦେଶରେ ଏହିଭଳି ଚେକିଂ ଜାରି ରହିଛି ।

ଅପରପକ୍ଷେ ପହଲଗାମ୍ ହମଲାର ଆତଙ୍କବାଦୀ ମାନେ ଏବେ ବି ଜଙ୍ଗଲରେ ଲୁଚି ରହିଥିବା ନେଇ ଖବର ପାଇଛି ଫୋର୍ସ । ଏଭଳି ଖବର ମିଳିବା ପରେ କାଶ୍ମୀରରେ ମଧ୍ୟ ତନ୍ନ ତନ୍ନ କରି ଯାଞ୍ଚ କରୁଛନ୍ତି ସୁରକ୍ଷାବାହିନୀ । LOC ଆଖପାଖରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ଅଧିକ ପଢନ୍ତୁ: 'ବିନା ନାଗରିକତାରେ ଭାରତରେ ବିବାହ କରିଛନ୍ତି ୫ ଲକ୍ଷରୁ ଅଧିକ ପାକିସ୍ତାନୀ ଯୁବତୀ'

ଓଟିଭି ବିଜ୍ଞାପନ