Advertisment

MAHANADI WATER DISPUTE: ଫିଟିଲା ବାଟ, ସମାଧାନ ହେବ ମହାନଦୀ ବିବାଦ

ଆପୋଷ ସମାଧାନ ଜରିଆରେ ମହାନଦୀ ଜଳବିବାଦରେ ପଡିବ ପୂର୍ଣ୍ଣଚ୍ଛେଦ। ଏନେଇ ସଙ୍କେତ ଦେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି।

ଅଦ୍ୟତନ ହୋଇଛି
HIGH LEVEL MEETING ON MAHANADI WATER DISPUTE

HIGH LEVEL MEETING ON MAHANADI WATER DISPUTE

Advertisment

ଭୁବନେଶ୍ବର : ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ। କେନ୍ଦ୍ର ସରକାରଙ୍କ ସହଯୋଗରେ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଆପୋଷ ଆଲୋଚନା ଜରିଆରେ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Advertisment

ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଛି। ତେଣୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ। ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବେ। ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ ଯେ, ଗତ ଫେବୃୟାରୀରେ ରାଜସ୍ଥାନରେ ଅନୁଷ୍ଠିତ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀମାନଙ୍କ ସମ୍ମିଳନୀ ଅବସରରେ ଏବଂ ମାର୍ଚ୍ଚରେ ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ଜଳ ଦିବସ ପାଳନ ସମାରୋହ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମଧ୍ୟରେ ଏ ବିଷୟରେ ଆଲୋଚନା ହୋଇଥିଲା। ଉଭୟ ମୁଖ୍ୟମନ୍ତ୍ରୀ ଏହାର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀ ମାନଙ୍କ ମଧ୍ୟରେ ବି ଏ ସମ୍ପର୍କରେ ଆଲୋଚନା ଜାରି ରହିଛି ବୋଲି ସୂଚନା ମିଳିଛି। ଏହି ବୈଠକରେ ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।...

Advertisment
Odisha Mahanadi Water Dispute
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ