Advertisment

ଚେତିଲା ଉଚ୍ଚଶିକ୍ଷା ବିଭାଗ; କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ବାଣୀବିହାରରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଚେତିଲା ଉଚ୍ଚଶିକ୍ଷା ବିଭାଗ। ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ରହିବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି।

ଅଦ୍ୟତନ ହୋଇଛି
Utkal University suspends professor for sexual harassment

icc

Advertisment

ବାଣୀବିହାରରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଚେତିଲା ଉଚ୍ଚଶିକ୍ଷା ବିଭାଗ। ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ରହିବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି।

Advertisment

ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ବିଶ୍ବବିଦ୍ୟାଳୟର କୁଳସଚିବ ଓ କଲେଜ ଅଧ୍ୟକ୍ଷ ମାନେ ୩୦ ତାରିଖ ସୁଦ୍ଧା ବିଭାଗ କୁ ଆଇସିସି ନେଇ ଜଣାଇବେ। କିଛି ଦିନ ତଳେ ବାଣୀବିହାରରେ ଛାତ୍ରୀଙ୍କୁ ଅଧ୍ୟାପକ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଆସିଥିଲା।

ଅଧିକ ପଢ଼ନ୍ତୁ: କ୍ୟାପିଟାଲ୍ ହସ୍ପିଟାଲ୍ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ, ଚାରିଆଡ଼େ ପଡ଼ିଛି ଆବର୍ଜନା

Advertisment

ଅଗଷ୍ଟ ୧୬ ତାରିଖରେ ଅପରାହ୍ନ ୨ଟା ବେଳେ ଅର୍ଥନୀତି ବିଭାଗର ପ୍ରଫେସର ନିଜ ଚ୍ୟାମ୍ୱରରେ ଥିଲେ। ସେହି ସମୟରେ ନିଜ ବିଭାଗର ଜଣେ ଛାତ୍ରୀ ବହି ଆଣିବାକୁ ପ୍ରଫେସରଙ୍କ ଚ୍ୟାମ୍ୱରକୁ ଯାଇଥିଲେ। ସେତେବେଳେ ପ୍ରଫେସର ତାଙ୍କୁ ବସିବା ପାଇଁ କହିଥିଲେ। ଆଉ ତା’ପରେ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା।

ଅଗଷ୍ଟ ୧୬ ତାରିଖରେ ପୀଡ଼ିତା ଏନେଇ ବିଶ୍ୱବିଦ୍ୟାଳୟର ସେକ୍ସୁଆଲ୍‌ ହାରାସ୍‌ମେଣ୍ଟ ସେଲ୍‌ରେ ଅଭିଯୋଗ କରିଥିଲେ। ଏହାପରେ ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଥିଲା। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଥିଲେ କୁଳପତି। ଏଥି ସହିତ ହେଡକ୍ୱାର୍ଟର ନ ଛାଡ଼ିବାକୁ ଆସୋସିଏଟ୍ ପ୍ରଫେସରଙ୍କୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଥିଲା।

Advertisment
Colleges Sexual Harassment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ