Advertisment

ବିଶାଳ ଦାସଙ୍କୁ IT ଟିମର ପଚରାଉଚରା !

ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳଙ୍କୁ ଝାରସୁଗୁଡ଼ାର ଏକ ହୋଟେଲରେ ପଚରାଉଚରା ହୋଇଥିବା ସୂଚନା ମିଳିଛି। ବିଶାଳଙ୍କୁ ପ୍ରାୟ ସାଢ଼େ ତିନି ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା ମିଳିଛି ।

author-image
Santosh Kumar Sahoo
Bishal Das

Bishal Das

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ୨ ଦିନ ବାକି ରହିଛି। ତେବେ ଏହା ପୂର୍ବରୁ ଝାରସୁଗୁଡ଼ାରେ ଏକ ବଡ଼ ଧରଣର ଆୟକର ଚଢ଼ାଉ ହୋଇଥିବା ସୂଚନା ମିଳିଛି। ବିଶାଳ ଦାସଙ୍କୁ ଆୟକର ବିଭାଗର ପଚରାଉଚରା । ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳଙ୍କୁ ଝାରସୁଗୁଡ଼ାର ଏକ ହୋଟେଲରେ ପଚରାଉଚରା ହୋଇଥିବା ସୂଚନା ମିଳିଛି। ବିଶାଳଙ୍କୁ ପ୍ରାୟ ସାଢ଼େ ତିନି ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା ମିଳିଛି । ପଚରାଉଚରା ପରେ ଆୟକର ବିଭାଗ ବିଶାଳଙ୍କୁ ଛାଡ଼ି ଦେଇଥିବା ସୂଚନା ମିଳିଛି। ତେବେ କେଉଁ ଅଭିଯୋଗରେ ପଚରାଉଚରା ଆୟକର ବିଭାଗ ସ୍ପଷ୍ଟ କରିନି । ଏନେଇ ବିଶାଳ କିମ୍ବା ଆୟକର ବିଭାଗର ପ୍ରତିକ୍ରିୟା ମଧ୍ୟ ମିଳିପାରିନି।

Advertisment

ସେପଟେ ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏଥିପାଇଁ ଆଜି ସରୁଛି ପ୍ରଚାର । ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ । ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ ସିଂଦେଓ, ନିରଂଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରଦୀପ ଅମାତଙ୍କ ଭଳି ହେଭିୱେଟ ଅଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ତତ୍‌ଅଧୀନରେ ଆସୁଥିବା ୩୫ ଆସନରେ ମତଦାନ ହେବ ।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସୁନ୍ଦରଗଡ଼ ବଣାଇ ଓ ରାଜଗାଙ୍ଗପୁରରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ସେପଟେ ବଲିଉଡ୍ ଡ୍ରିମଗାର୍ଲ ତଥା ବିଜେପି ସାଂସଦ ହେମାମାଳିନୀ ଆଜି ଅନୁଗୁଳ, ପାଲଲହଡ଼ା ଓ ଦେବଗଡ଼ରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

Advertisment

ସେପଟେ କେନ୍ଦ୍ରମନ୍ତ୍ରୀ ଭୂପିନ୍ଦର ସିଂ ଯାଦବ ଆଜି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳିର ମୁରିବାହାଲରେ ଜନସଭାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଏପଟେ ରାଜ୍ୟ ନିର୍ବାଚନୀ ପ୍ରଭାରୀ ବିଜୟ ପାଲ ସିଂ ତୋମାର ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ଜନସଭାରେ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

Jharsuguda IT Raid
Advertisment
Advertisment