/odishatv-khabar/media/post_attachments/uploadimage/library/16_9/16_9_0/IMAGE_1721113182.jpg)
Ratna Bhandar
ଆସନ୍ତା ୧୮ ତାରିଖ ଗୁରୁବାର ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏନେଇ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ। ଭିତର ଭଣ୍ଡାର ତାଲା ଖୋଲାଯାଇ ଅଳଙ୍କାର ସ୍ଥାନାନ୍ତରଣ ହେବ। ସିନ୍ଦୁକ ଏବଂ ଆଲମାରୀରେ ଥିବା ଅଳଙ୍କାର ସ୍ଥାନାନ୍ତର ହେବ।
ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ଅସ୍ଥାୟୀ ରତ୍ନଭଣ୍ଡାର ‘ଖଟଶେଯ ଘର’କୁ ସ୍ଥାନାନ୍ତରଣ କରାଯିବ। ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲା ସିଲ୍ କରାଯିବ। ତାଲାକୁ ଜଉମୁଦ ସିଲ୍ କରାଯାଇ ଚାବି ଟ୍ରେଜେରୀରେ ରଖାଯିବ।
ଅଧିକ ପଢ଼ନ୍ତୁ: ଖୋଲିଲା ରତ୍ନଭଣ୍ତାର; ସ୍ଥିତିକୁ ନେଇ ଉତ୍କଣ୍ଠା, ମରାମତି ସବୁଠାରୁ ବଡ଼ ଚାଲେଞ୍ଜ
ପୁଣି କେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ପ୍ରଶ୍ନ ଉଠୁଥିଲା। ଏନେଇ ପୁରୀ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକରେ ବିଚାରବିମର୍ଶ ପରେ ଗୁରୁବାର ଖୋଲାଯିବା ନେଇ ନିଷ୍ପତ୍ତି ନିଆଗଲା।
ବୈଠକରେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଉପସ୍ଥିତ ଥିଲେ। ଗତ ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଥିଲା। ବାହାର ରତ୍ନଭଣ୍ଡାରରୁ ଅଳଙ୍କାରକୁ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ସ୍ଥାନାନ୍ତର କରାଯାଇଛି। ସେଦିନ ଭିତର ରତ୍ନଭଣ୍ଡାର ତାଲା ଭଙ୍ଗାଯାଇଥିଲା। ଭିତର ଭଣ୍ଡାର ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ସବୁର ସ୍ଥାନାନ୍ତର ରଥଯାତ୍ରା ପରେ ଆଉ କୌଣସି ଏକ ଦିନ ହେବ ବୋଲି ନିଷ୍ପତ୍ତି ହୋଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)