Advertisment

Mobile Ban: ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା

ଗତକାଲିର ଘଟଣା ପରେ, ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ କରିବାକୁ ବିଧାନସଭାରେ ପହଞ୍ଚିଥିଲେ, ସେହି ସମୟରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ଲଫାପା ଦିଆଯାଇଥିଲା। ଏହି ଲଫାପାରେ ଫୋନ୍ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବା ପାଇଁ କୁହାଯାଇଥିଲା

ଅଦ୍ୟତନ ହୋଇଛି
Odisha Assembly

Odisha Assembly

Advertisment

ବିଧାନସଭା ପ୍ରେସ୍ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା। ବାହାରେ ମୋବାଇଲ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବେ ସାମ୍ବାଦିକ। ବିଧାନସଭା ପ୍ରଶ୍ନକାଳରେ ଯେତେବେଳେ ମନ୍ତ୍ରୀମାନେ ବିଧାୟକମାନଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି, ସେହି ସମୟରେ ସାମ୍ବାଦିକମାନେ ମୋବାଇଲ ବ୍ୟବହାର କରିପାରିବେନି। ।

Advertisment

ଗତକାଲିର ଘଟଣା ପରେ ଆଜି ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ କରିବାକୁ ବିଧାନସଭାରେ ପହଞ୍ଚିଥିଲେ, ସେହି ସମୟରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ଲଫାପା ଦିଆଯାଇଥିଲା। ଏହି ଲଫାପାରେ ଫୋନ୍ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବା ପାଇଁ କୁହାଯାଇଥିଲା । ଯାହା ଫଳରେ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରଶ୍ନକାଳକୁ ବୟକଟ୍ କରିଛନ୍ତି ଓ ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି।

ଅଧିକ ପଢ଼ନ୍ତୁ: ତାରା ବାହିନୀପତି ୭ ଦିନ ସସପେଣ୍ଡ

ସୂଚନାଯୋଗ୍ୟ ଯେ, ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କ ହାତାହାତି ହେବା ଭିଡିଓ ଭାଇରାଲ ହୋଇଥିଲା । ଆଉ ଏହାପରେ ଆଜି ସାମ୍ବାଦିକଙ୍କ ଉପରେ କଟକଣା ଲାଗିଛି । ମଙ୍ଗଳବାର ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ହାତାହାତି ହେଇଥିଲେ ।

Advertisment

ଏହାପରେ ଗୃହରେ ଆରମ୍ଭ ହେଇଯାଇଥିଲା ବିଧାୟକମାନଙ୍କ ଗଣ୍ଡଗୋଳ । ପରସ୍ପରକୁ ଧକ୍କା ଦେବା ସହିତ, ଗୃହରେ ହୋ ହଲ୍ଲା କରିଥିଲେ ବିଧାୟକ, ଯାହାର ଖବର ପ୍ରସାରଣ କରିଥିଲା ଗଣମାଧ୍ୟମ । ହେଲେ ଏହାପରେ ଆଜିର ଏ କଟକଣା ହେବା ଦ୍ୱାରା, ସାମ୍ବାଦିକମାନେ ପ୍ରଶ୍ନକାଳକୁ ବୟକଟ୍ କରିଛନ୍ତି । ମୋବାଇଲ ବାରଣ ପ୍ରତିବାଦରେ ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି।

ଅଧିକ ପଢ଼ନ୍ତୁ: ବିଧାନସଭାରେ ଯୋଡ଼ିହେଲା କଳଙ୍କିତ ଅଧ୍ୟାୟ, ହାତାହାତି ହେଲେ ସରକାରୀ ଓ ବିରୋଧୀ ବିଧାୟକ

Advertisment
Odisha Assembly Journalists
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ