Advertisment

JP Nadda Odisha Visit: ଭୁବନେଶ୍ୱରେ ପହଞ୍ଚିଲେ ଜେପି ନଡ୍ଡା, ଆୟୁଷ୍ମାନ ଭାରତର କରିବେ ଶୁଭାରମ୍ଭ

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଆଜି କଟକ ବାଲିଯାତ୍ରା ପଡିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ।

ଅଦ୍ୟତନ ହୋଇଛି
JP Nadda Visit

JP Nadda Visit

Advertisment

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଆଜି ସେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରା ପଡିଆଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ନଡ୍ଡା ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ । ବିମାନ ବନ୍ଦରରୁ ସେ ଅତିଥି ଭବନ ଯାଇଛନ୍ତି । ସେଠାରୁ ସେ କଟକ ଯାତ୍ରା କରିବେ । 

Advertisment

ଅଧିକ ପଢ଼ନ୍ତୁ: ଆଜିଠୁ ଓଡ଼ିଶାରେ ଆୟୁଷ୍ମାନ ଭାରତ, ଶୁଭାରମ୍ଭ କରିବେ ଜେପି ନଡ୍ଡା

ଆସନ୍ତାକାଲି ଅର୍ଥାତ୍ ଶନିବାର ଦିନ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ପୁରୀରେ ଦଳୀୟ କର୍ମଶାଳାରେ ଯୋଗଦେବେ । ଏଠି ସେ ଦଳୀୟ ସାଂସଦ, ବିଧାୟକ ଏବଂ କର୍ମୀଙ୍କୁ ଗୁରୁମନ୍ତ୍ର ଦେବାର କାର୍ଯ୍ୟକ୍ରମ ରହିଛି ।

କଟକରେ ଆୟୋଜିତ ଆୟୁଷ୍ମାନ ଭାରତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ, କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ୱିନୀ ବୈଷ୍ଣବ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ବହୁ ପ୍ରମୁଖ ବ୍ୟକ୍ତି ବିଶେଷ ସାମିଲ ହେବେ । ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକମାନଙ୍କୁ ଆନୁଷ୍ଠାନିକ ଭାବେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିବେ । 

Advertisment
JP Nadda Ayushman Bharat Odisha Visit
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ