Odisha High Court: ଜଷ୍ଟିସ୍ ହରିଶ ଟଣ୍ଡନ ହାଇକୋର୍ଟ ମୁଖ୍ୟ ବିଚାରପତି

ସୂଚନା ଅନୁସାରେ ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେଇଥିଲେ । ଜଷ୍ଟିସ ସିଂଙ୍କ ଅବସର ପରେ ଏହି ସ୍ଥାୟୀ ପଦବୀ ଖାଲି ପଡ଼ିଥିଲା ।

Orissa High Court

ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ ମିଳିଛି । ଜଷ୍ଟିସ ହରିଶ ଟଣ୍ଡନ ଏବେ କଲିକତା ହାଇକୋର୍ଟର ବିଚାରପତି ଅଛନ୍ତି । ସେ ୨୦୧୦ରୁ ଏପ୍ରିଲ୍‌ ୧୩ରୁ କଲିକତା ହାଇକୋର୍ଟରେ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି ।

ସୂଚନା ଅନୁସାରେ ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେଇଥିଲେ । ଜଷ୍ଟିସ ସିଂଙ୍କ ଅବସର ପରେ ଏହି ସ୍ଥାୟୀ ପଦବୀ ଖାଲି ପଡ଼ିଥିଲା । ଆଉ ଆଜି ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଜଷ୍ଟିସ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୁପାରିଶ ମିଳିଛି ।

ଅଧିକ ପଢ଼ନ୍ତୁ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ଅଘଟଣ, ଜଳିଗଲା ୧୦ ମାଛଧରା ବୋଟ୍