• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Namita Biswal

କିଟରେ ପଢ଼ୁଥିବା ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ସରଗରମ ହୋଇଛି ରାଜ୍ୟ ରାଜନୀତି ।  ଆଜି ବିଧାନସଭାରେ ଶୂନ୍ୟକାଳରେ ଉଠିଛି କିଟ୍ ପ୍ରସଙ୍ଗ । ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ ଏହି ପ୍ରସଙ୍ଗ ଉଠାଇ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଥିବା ଅଭିଯୋଗ କରିଥିବାବେଳେ ଛାତ୍ରୀ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି କଂଗ୍ରେସ ନେତା । ଏହି ଘଟଣାରେ କିଟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରାଯିବା ପାଇଁ ମଧ୍ୟ ଦାବି ଉଠିଛି । ବିଜେପି ବିଧାୟକ ବାବୁ ସିଂହ ଅଚ୍ୟୁତଙ୍କୁ ତୁରନ୍ତ ଗିରଫ କରାଯିବା ପାଇଁ ଦାବି କରିଛନ୍ତି ।

ଅଧିକ ପଢ଼ନ୍ତୁ: ‘ଫାଉଣ୍ଡର ସାମନ୍ତ କହିଥିଲେ, ମୁଁ ତୁମକୁ ଦେଖାଉଛି...ମୁଁ କ’ଣ କରିପାରେ’

ବାବୁ ସିଂହ କହିଛନ୍ତି,  ନେପାଳୀ ଛାତ୍ରଛାତ୍ରୀଙ୍କ ପ୍ରତି କିଟ୍‌ର ଏଭଳି ଆଚରଣ ପାଇଁ ଓଡ଼ିଶା ଭାରତ ବର୍ଷରେ ଲଜ୍ଜିତ । ବାହାର ଦେଶର ପିଲାଙ୍କୁ ଦୁର୍ବ୍ୟବହାର କରିବା ଅତ୍ୟନ୍ତ ନିନ୍ଦନୀୟ । କିଟ୍‌ କର୍ତ୍ତୃପକ୍ଷଙ୍କ ପ୍ରରୋଚନାରେ ଏସବୁ କାର୍ଯ୍ୟ ହୋଇଥିବ । ଏଥିପାଇଁ ତୁରନ୍ତ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରାଯାଉ । ସେହିପରି କିଟ୍ ବହୁ ଜମି ଜବରଦଖଲ କରିଛି । ଜଙ୍ଗଲ ଜମିରେ ବେଆଇନ୍ ନିର୍ମାଣ ହୋଇଛି । ଏପରିକି ମନ୍ଦିର ମଧ୍ୟ ନିର୍ମାଣ କରାଯାଇଛି ।  ଯେଉଁମାନେ କିଟର କନଷ୍ଟ୍ରକସନ୍ କାମ କରୁଛନ୍ତି ସେମାନେ କେଉଁ ଦଳର ତାର ତଦନ୍ତ ହେବା ଦରକାର । ଶାଗ ମାଛ ଦରରେ କିଟ୍ ଜମି କିଣିଛି । ଗୁଣ୍ଡା ଲଗାଇ ଜମି ମାଲିକଙ୍କ ଠାରୁ ଜମି ହାତେଇଛି ବୋଲି ଅଭିଯୋଗ କରିଛନ୍ତି ବିଜେପି ବିଧାୟକ ।

ବିଧାନସଭାର ଶୂନ୍ୟକାଳରେ କିଟ୍ ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି ଯେ, କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଯୋଗୁଁ ଓଡ଼ିଶା ଆନ୍ତର୍ଜାତିକ ସ୍ତରରେ ନିନ୍ଦିତ ହୋଇଛି । ରାଜଧାନୀରୁ ପୁରପଲ୍ଲୀ ଯାଏଁ ସବୁଠି ଆଇନ୍ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଭୁବନେଶ୍ବରରେ ହତ୍ୟାକାଣ୍ଡ ହେଲା । ଭରତପୁର ଥାନା ଘଟଣା ପ୍ରମାଣିତ କରୁଛି ଥାନାରେ ବି ଲୋକେ ସୁରକ୍ଷିତ ନୁହନ୍ତି ।
କଂଗ୍ରେସ ବିଧାୟକ ତାରା ବାହିନୀପତି କହିଛନ୍ତି, କିଟ୍ ପ୍ରସଙ୍ଗରେ ସାରା ବିଶ୍ୱରେ ଓଡିଶା ନିନ୍ଦିତ ହେଲା । ନେପାଳ ସହ ଆମ ସମ୍ପର୍କ ଅତି ଘନିଷ୍ଠ । ଯେଉଁଭଳି ନେପାଳୀ ଛାତ୍ରଛାତ୍ରୀଙ୍କୁ କିଟ୍ କର୍ତ୍ତୃପକ୍ଷ ବାଡ଼େଇଲେ ତାହା ନିନ୍ଦନୀୟ । ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ହେବା ଦରକାର ।  ନହେଲେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି ତାରା । 

ଏପଟେ ବିରୋଧୀଙ୍କୁ କଟାକ୍ଷ କରିଛି ବିଜେପି । କିଟ୍ ମାଲିକ କେଉଁ ଦଳର ସାଂସଦ ଥିଲେ, ତାଙ୍କୁ କିଏ କୋଳରେ ବସାଇଥିଲା । ପରୀ, ମମିତା, ମାହାଙ୍ଗା ଭଳି ଘଟଣା ଘଟିଥିଲା । ତତ୍କାଳୀନ ମୁଖ୍ୟମନ୍ତ୍ରୀ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନଥିଲେ । ଆଜି ସେମାନେ ଆଇନ୍ ଶୃଙ୍ଖଳା ପାଠ ପଢାଇବା ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ।


ଉଲ୍ଲେଖଯୋଗ୍ୟ, ରବିବାର ଅପରାହ୍ଣରେ କିଟ୍ ହଷ୍ଟେଲରେ ନେପାଳୀ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିଲେଏକ ରୁମରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା । ଏହାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା । କିଟ୍ କର୍ତ୍ତୃପକ୍ଷ ଏବଂ ନେପାଳ ଛାତ୍ରଛାତ୍ରୀ ମୁହାଁମୁହିଁ ହୋଇଥିଲେ ଏପରିକି କିଟ୍ କର୍ମଚାରୀ ଧମକ ଦେବା ସହ ସିକ୍ୟୁରିଟି ଗାର୍ଡ ଛାତ୍ରଛାତ୍ରୀଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା ।  ଏହି ସ୍ଥିତିକୁ ସମ୍ଭାଳି ନପାରି କର୍ତ୍ତୃପକ୍ଷ ହଠାତ୍ ସାଇନ୍-ଏ-ଡାଏ ଘୋଷଣା କରିବା ସହ ନେପାଳ ଛାତ୍ରଛାତ୍ରୀଙ୍କୁ ବସରେ ବସାଇ କଟକ ରେଳ ଷ୍ଟେସନରେ ଛାଡି ଦେଇଥିଲେ ।

ଅଧିକ ପଢ଼ନ୍ତୁ: ‘ମୋ ଝିଅ ସହ ଯାହା ହେଲା, ଅନ୍ୟ କାହା ସହ ଏମିତି ନ ହେଉ’

OTV is now on Whatsapp

Join and get latest news update delivered to you via whatsapp

Join Now