/odishatv-khabar/media/post_attachments/uploadimage/library/16_9/16_9_0/IMAGE_1740143708.jpg)
କିଟ୍ କାଣ୍ଡ, ଅଚ୍ୟୁତ୍ ହାଜର
KIIT କାଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ଖୋଳତାଡ଼ । ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ତଦନ୍ତକାରୀ କମିଟି ଆଗରେ ହାଜର ହୋଇଛନ୍ତି KIIT ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ । ତେବେ ଏହା ପୂର୍ବରୁ ଉଚ୍ଚସ୍ତରୀୟ କମିଟି ଆଗରେ କିଟ୍ ବିଶ୍ୱ ବିଦ୍ୟାଳୟର ଭିସି ଓ ରେଜିଷ୍ଟାର ହାଜର ହୋଇଥିଲେ । ସେହିପରି ସେଦିନ ନେପାଳ ଛାତ୍ରୀଙ୍କୁ ଗାଳି ଗୁଳଜ ଓ ଧମକ ଦେଇଥିବା ମଞ୍ଜୁଶା ପାଣ୍ଡେ, ଜୟନ୍ତୀ ନାଥ ମଧ୍ୟ ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହୋଇଥିଲେ । ତେବେ କିଟ୍ର ଏହି ସମସ୍ତ ଅଧିକାରୀଙ୍କୁ ପଚରାଉଚରା କରିଥିଲା ଉଚ୍ଚସ୍ତରୀୟ କମିଟି । ଏହା ସହ ସମସ୍ତ ଅଧିକାରୀଙ୍କ ବୟାନ ରେକର୍ଡ ମଧ୍ୟ କରାଯାଇଥିବା ସୂଚନା ମିଳିଛି ।
ସୂଚନା ଅନୁସାରେକିଟ୍ ମାମଲାରେ ଗତକାଲି ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବା ପାଇଁ ରାଜ୍ୟ ସରକାରଙ୍କ ହାଇଲେବୁଲ କମିଟି ନିର୍ଦ୍ଦେଶ ଦେଇଥିଲେ । ଆଜି ସନ୍ଧ୍ୟା ସାଢ଼େ ୬ଟାରେ ହାଇଲେବୁଲ୍ କମିଟି ଆଗରେ ହାଜର ପାଇଁ ନିର୍ଦ୍ଦେଶ ହୋଇଥିଲା । ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ କୁହାଯାଇଛି। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)