Advertisment

ବାହାରିଲା ନୂଆଖାଇ ଲଗ୍ନ, ଏହି ଦିନ ସମଲେଶ୍ୱରୀଙ୍କ ପାଖରେ ଲାଗି ହେବ ନବାନ୍ନ

ବାହାରିଲା ନୂଆଖାଇ ଲଗ୍ନ । ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଲାଗି ହେବ ନବାନ୍ନ ।

ଅଦ୍ୟତନ ହୋଇଛି
Nuakhai

Nuakhai

Advertisment

ବାହାରିଲା ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଲଗ୍ନ । ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଲାଗି ହେବ ନବାନ୍ନ । ସମ୍ବଲପୁର ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଏହି ଲଗ୍ନ ନିର୍ଣ୍ଣୟ କରିଛନ୍ତି । ନିର୍ଦ୍ଧାରିତ ଲଗ୍ନରେ ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗି ହେବ । ପରେ ଘରେ ଘରେ ସମସ୍ତେ ନବାନ୍ନ ଖାଇବାର ପରମ୍ପରା ରହିଛି । ନନ୍ଦୋତ୍ସବରେ ନୂଆଖାଇ ଲଗ୍ନ ସ୍ଥିର ପରମ୍ପରା ରହିଛି । ପରମ୍ପରା ଅନୁଯାୟୀ ନନ୍ଦୋତ୍ସବରେ ନୂଆଖାଇ ଲଗ୍ନ ସ୍ଥିର କରିଛନ୍ତି ପଣ୍ଡିତ ମହାସଭା । 

Advertisment

ନୂଆଖାଇ ଏକ ସ୍ୱତନ୍ତ୍ର ପର୍ବ। ଏହି ପର୍ବରେ ସାମାଜିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ଭାବଗତର ଝଲକ ଦେଖିବାକୁ ମିଳିଥାଏ। ଓଡ଼ିଶାର ବିଶେଷ କରି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷରେ ପାଳନ କରାଯାଇଥାଏ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି।

ବିଶେଷ କରି ଏହା ଏକ କୃଷିଭିତ୍ତିକ ପର୍ବ। ପଶ୍ଚିମ ଓଡ଼ିଶା ବାସୀଙ୍କର ମୁଖ୍ୟଜୀବିକା ହେଉଛି କୃଷି। କୃଷିଜାତ ଅନ୍ନର ମହତ୍ତ୍ୱକୁ ନେଇ କେଉଁ ଆବହମାନ କାଳରୁ ଏହି ନୂଆଖାଇ ପର୍ବ ପାଳିତ ହୋଇଆସୁଛି। ବର୍ଷ ପ୍ରାରମ୍ଭରେ ଉତ୍ପାଦିତ ଶସ୍ୟର ଅନ୍ନକୁ ବିଶେଷ କରି ବର୍ଷର ଅମଳ ପ୍ରାରମ୍ଭରୁ ଉତ୍ପାଦିତ ହେଉଥିବା ଧାନରୁ ଯେଉଁ ଅନ୍ନ ବାହାରେ ସେହି ଅନ୍ନକୁ ନିଜ ଇଷ୍ଟ ଦେବଦେବୀଙ୍କ ଅର୍ପଣକରି ସେହି ପ୍ରସାଦ ନିଜେ ଗ୍ରହଣ କରିବା ସଙ୍ଗେସଙ୍ଗେ ଅନ୍ୟମାନଙ୍କୁ ପଂକ୍ତି ଭୋଜନରେ ଆପ୍ୟାୟିତ କରିବାର ଧାରା ହେଉଛି ନୂଆଖାଇ ପର୍ବ।

Advertisment

ଏହା ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ। ଦେଶର ବିଭିନ୍ନ ଅଞ୍ଚଳରେ ତଥା ବିଦେଶରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକ ଏହିଦିନ ନିଜ ଘରକୁ ଆସିବାକୁ ଚେଷ୍ଟା କରିଥାନ୍ତି। 

Nuakhai Celebration Nuakhai
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ