Advertisment

CM Security Lapse: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୁରକ୍ଷାରେ ତ୍ରୁଟି, ପାଖରେ ଖସିଲା ଡ୍ରୋନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୁରକ୍ଷାରେ ବଡ଼ଧରଣର ତ୍ରୁଟି। ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍ । ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ଏଭଳି ବଡ଼ଧରଣର ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ।

ଅଦ୍ୟତନ ହୋଇଛି
cm security

cm security

Advertisment

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ଧରଣର ତ୍ରୁଟି। ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍ । ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ଏଭଳି ବଡ଼ଧରଣର ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଗତ ଦୁଇ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ । ଏହି ଗସ୍ତରେ ଝାଡେଶ୍ବର ମନ୍ଦିର ଗସ୍ତ କରିବା ସମୟରେ ଏହି ଘଟଣା ଘଟିଥିଲା।

Advertisment

ମୁଖ୍ୟମନ୍ତ୍ରୀ ଝାଡ଼େଶ୍ବର ମନ୍ଦିରକୁ ପ୍ରବେଶ କରିବାକୁ ଯାଉଥିବା ସମୟରେ ଏକ ଡ୍ରୋନ୍ ତାଙ୍କ ପାଖରେ ଖସିପଡ଼ିଥିଲା। ଡ୍ରୋନଟି ହଠାତ୍ ଉପରୁ ଖସି ପଡ଼ିବାରୁ ଖୋଦ୍ ମୁଖ୍ୟମନ୍ତ୍ରୀ ଚମକି ପଡ଼ିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପାଖରେ ଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ । ଡ୍ରୋନ ଖସିବା ପରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ଥିବା ପିଏସ ଓ ଉପସ୍ଥିତ ପୋଲିସ ଉକ୍ତ ଡ୍ରୋନକୁ ପାଦରେ ଏଡ଼ାଇଦେଇଥିଲେ। ତେବେ କିଭଳି ମୁଖ୍ୟମନ୍ତ୍ରୀଙ୍କ ପାଖରେ ଡ୍ରୋନ୍ ଖସିଲା ସେ ନେଇ ପ୍ରଶ୍ନ ଉଠିଛି ।

ଏହି ଡ୍ରୋନ ଉଡାଯିବା ପଛର ବାସ୍ତବତା କଣ ତାହାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। କୌଣସି ବ୍ୟକ୍ତି ଫଟୋ ଉଠାଇବା ଉଦ୍ଦେଶ୍ୟରେ ଏହି ଡ୍ରୋନ୍ ଉଡ଼ାଇଥିଲେ କି ଅନ୍ୟ କଣ ଉଦ୍ଦେଶ୍ୟ ରହିଥିଲା ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ। ସେହିପରି ଡ୍ରୋନ ଉଡାଇବାକୁ ଅନୁମତି ଥିଲା କି ନାହିଁ, ଓ ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡ ଉପରେ ଏଭଳି ଡ୍ରୋନ୍ ଉଡ଼ାଇବାକୁ କିଏ ଅନୁମତି ଦେଲା ଏବଂ କିପରି ଏହା ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Advertisment

ଅଧିକ ପଢ଼ନ୍ତୁ: ଦୁର୍ନୀତିକୁ ପଦାକୁ ଆଣିଲେ ସାମ୍ବାଦିକ; ହତ୍ୟା କରି ପାଇଖାନା ଟାଙ୍କିରେ ଫୋପାଡ଼ି ଦେଲେ କଣ୍ଟ୍ରାକ୍ଟର...

CM Jharsuguda Drone Mohan Charan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ