Advertisment

୨୧ରୁ ପୁଣି ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା

ଆସନ୍ତାକାଲିଠୁ ପୁଣିଥରେ ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ। ବୈଷୟିକ ସର୍ଭେ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୨୧, ୨୨ ଓ ୨୩ରେ ବୈଷୟିକ ସର୍ଭେ କରାଯିବ ।

author-image
Pallipuspa Samal
ଅଦ୍ୟତନ ହୋଇଛି
 Letter Sent to ASI Chief: Complete Ratnabhandar Survey by September 24

Ratna Bhandar

ଆସନ୍ତାକାଲିଠୁ ପୁଣିଥରେ ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ। ବୈଷୟିକ ସର୍ଭେ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୨୧, ୨୨ ଓ ୨୩ ତାରିଖରେ ଏହି ବୈଷୟିକ ସର୍ଭେ କରାଯିବ । ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ASI ପକ୍ଷରୁ ସର୍ଭେ ହେବ, ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ। ଦୁଇ ଦିନ ତଳେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସରିଛି ଲେଜର ସ୍କାନିଂ। ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ଆନନ୍ଦ ବଜାରରେ ଭକ୍ତଙ୍କୁ ଆଉ ହେବନି ଅସୁବିଧା, ହେବେନି ଠକାମୀର ଶିକାର !

ସୂଚନା ଅନୁସାରେ ଗତ ୧୮ ତାରିଖରେ ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ କରାଯାଇଥିଲା। ରତ୍ନ ଭଣ୍ଡାର ତଦାରଖ କରି ଫେରିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଥିଲେ । ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଲେଜର ସ୍କାନିଂ ହୋଇଥିଲା । ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଥିଲେ।

Advertisment

ରାଜ୍ୟ ସରକାରଙ୍କ ଏସଓପି ଅନୁସାରେ ଏଏସଆଇ ମରାମତି କାମ କରିବ। କାମ ଅଧା ଅଛି, ଟିମ୍ ପୁଣି ଆସିବ। ତେବେ ସୁଡ଼ଙ୍ଗ ଥିବା ନେଇ ସେଭଳି କୌଣସି ଲକ୍ଷଣ ଦେଖିପାରିଲୁନି ବୋଲି ASI ଏଡିଜି ସ୍ପଷ୍ଟ କରିଥିବାବେଳେ ଯାଞ୍ଚରେ କୌଣସି ନିର୍ଯାସରେ ପହଞ୍ଚି ପାରିଲୁନି ବୋଲି ସୂଚନା ଦେଇଥିଲେ । ଏହା ସହ କହିଛନ୍ତି ଯେ, ଆସନ୍ତା ୨୫ ତାରିଖ ଭିତରେ ରତ୍ନଭଣ୍ଡାର ସର୍ଭେ କାମ ସରିବ। କାରଣ ୨୫ ତାରିଖରୁ ଷୋଡ଼ଶ ଉପଚାର ପୂଜା ଆରମ୍ଭ ହେଉଥିବାରୁ ଆଉ ସର୍ଭେ କାମ କରିହେବ ନାହିଁ।

Puri Srimandir Ratna Bhandar
Advertisment
Advertisment