Naveen Patnaik
ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ଆସନ୍ତା ୨୨ ତାରିଖରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲକୁ ଯିବେ । ଏନେଇ ସେ ‘ଏକ୍ସ’ରେ ନିଜେ ସୂଚନା ଦେଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ରେ ପୀଡିତ ଅଛନ୍ତି । ଏହାର ଚିକିତ୍ସା ପାଇଁ ସେ ମୁମ୍ବାଇ ଯିବେ ବୋଲି ଜଣାଇଛନ୍ତି ।
ନବୀନ ଏକ୍ସରେ ଲେଖିଛନ୍ତି, ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ ୨୨ ତାରିଖରେ ମୁଁ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବି । ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ପରୀକ୍ଷା କରିବେ । ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ, ଓଡ଼ିଆ ଭାଇଭଉଣୀଙ୍କ ଶୁଭକାମନା ଚାହୁଁଛି । ଶୀଘ୍ର ଫେରି ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି ବୋଲି କହିଛନ୍ତି ନବୀନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1750249971.jpg)