ଫୁଲୁଛି ମହାନଦୀ; ୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ !

ମୁଣ୍ଡଳି ଦେଇ ନିଷ୍କାସିତ ହେଉଛି ୨ ଲକ୍ଷ କ୍ୟୁସେକ ବନ୍ୟା ଜଳ । ସକାଳ ୬ଟାରେ ମୁଣ୍ଡଳିରେ ଅତିକ୍ରମ କଲା ୨ ଲକ୍ଷ କ୍ୟୁସେକ ।

Mahanadi Water Level

ଫୁଲୁଛି ମହାନଦୀ। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୨ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି । 

ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ଆସି ମୁଣ୍ଡଳୀରେ ପହଞ୍ଚିଛି। ଫଳରେ ଜଳସ୍ତର ବଢ଼ିଛି । ବିଶେଷ କରି ବନ୍ୟାଜଳ ପହଞ୍ଚିବା ଫଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ଦେଖାଦେଇଛି। 

ଏପଟେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ ।

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ; ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର । ଏସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।