/odishatv-khabar/media/post_attachments/uploadimage/library/16_9/16_9_0/IMAGE_1724833187.jpg)
Mahanga double murder case
ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଲା ବଡ଼ ରାୟ । ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ । ତେବେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି କୋର୍ଟ ।
୨ ଜାନୁଆରୀ ୨୦୨୧ରେ ଘଟିଥିଲା ଏହି ବହୁ ଚର୍ଚ୍ଚିତ ଡବଲ ମର୍ଡର । ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ତେବେ ଏହି ଘଟଣାରେ ବିଜେଡି ନେତା ତଥା ସେତେବେଳର ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଅଭିଯୋଗ ଆସିଥିଲା । ଅଭିଯୋଗ ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ଉଲ୍ଲେଖ କରିଥିଲା ପୋଲିସ ।
ତେବେ ଚାର୍ଜସିଟରୁ ତାଙ୍କ ନାଁ ହଟାଇବାକୁ ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି । ମାମଲା ଏବେ ହାଇକୋର୍ଟରେ ବିଚାରାଧିନ ଅଛି । ଏହି ଡବଲ ମର୍ଡର ଘଟଣାକୁ ନେଇ ସେତେବେଳେ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା ।
#ମାହାଙ୍ଗା_ଡବଲ_ମର୍ଡର: #୯_ଜଣଙ୍କୁ_ଆଜୀବନ
ମାହାଙ୍ଗା ଡବଲ ମର୍ଡର ମାମଲା: ୯ ଜଣଙ୍କୁ ଆଜୀବନ ଜେଲ୍। ୯ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ କଲେ ସାଲେପୁର ଏଡିଜେ। ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ।#Mahanga#DoubleMurder#Salepur#OTVpic.twitter.com/AEbVBD6nLG— ଓଟିଭି (@otvkhabar) August 28, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)