/odishatv-khabar/media/post_attachments/uploadimage/library/16_9/16_9_0/Mahaprasad_1723953715.jpg)
Mahaprasad
ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ବଣ୍ଟନ କରାଯିବ ମହାପ୍ରସାଦ। ଏନେଇ ଯୋଜନା ରଖିଛନ୍ତି ରାଜ୍ୟ ସରକାର। ପୁରୀରେ ରଥ ସେବା ସମ୍ମାନ-୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାଁନ୍ତି।
ସେ କହିଛନ୍ତି, ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି। ତା’ସହ ଆହୁରି କହିଛନ୍ତି, ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲାଯିବ। ଯେଉଁଠି ଜଗନ୍ନାଥ ମନ୍ଦିରର ସମ୍ପୂର୍ଣ୍ଣ ନୀତିକାନ୍ତି,ବ୍ୟବସ୍ଥାବଳୀ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଭକ୍ତଙ୍କୁ ତଥ୍ୟ ଦିଆଯିବ।
ସେପଟେ ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଆଇନମନ୍ତ୍ରୀ କହିଛନ୍ତି, ଭଣ୍ଡାର ମରାମତି ନେଇ ମାର୍ଗଦର୍ଶିକା ପ୍ରସ୍ତୁତ ହୋଇସାରିଛି। ଯଥାଶୀଘ୍ର ଭିତର ରତ୍ନଭଣ୍ଡାର ସିନ୍ଧୁକ ସ୍ଥାନାନ୍ତରଣ ସହ ମରାମତି କାର୍ଯ୍ୟ ଓ ଗଣତି ମଣତି ଆରମ୍ଭ ହେବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)