• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା । ଲୋକସେବା ଭବନରେ ଦାୟିତ୍ୱ ନେଲେ ମନୋଜ ଆହୁଜା । ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର IAS ଅଫିସର୍ ହେଉଛନ୍ତି ମନୋଜ ଆହୁଜା ।

ପ୍ରଦୀପ ଜେନାଙ୍କ ପରେ ମୁଖ୍ୟ ଶାସନ ସଚିବ ଭାବେ ୧୯୯୦ ବ୍ୟାଚର ଏହି ଆଇଏଏସ୍ ଅଧିକାରୀଙ୍କ ନାଁ ଉପରେ ମୋହର ମାରିଥିଲେ ରାଜ୍ୟ ସରକାର । ଓଡ଼ିଶା ଆସିବା ପୂର୍ବରୁ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ନିର୍ଦ୍ଦେଶକ ତଥା ସଚିବ ଭାବେ କାର୍ଯ୍ୟ କରୁଥିଲେ। ୧୯୯୦ ବ୍ୟାଚ ବରିଷ୍ଠ ଆଇଏଏସ ଅଫିସର ହେଉଛନ୍ତି ମନୋଜ ଆହୁଜା ।

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ କ୍ୟାରିଅର ଆରମ୍ଭ କରିଥିଲେ ମନୋଜ ଆହୁଜା । ଏହାପରେ ୨୦୦୯ରେ ଖାଦ୍ୟ ଯୋଗାଣ ସଚିବ, ୨୦୧୦ରେ ଖଣି ଇସ୍ପାତ ବିଭାଗ ସଚିବ ହୋଇଥିଲେ । ୨୦୧୨ରେ କ୍ରୀଡ଼ା ଯୁବ ବ୍ୟାପାର ଓ ୨୦୧୨ରୁ ୨୦୧୫ ପର୍ଯ୍ୟନ୍ତ ବାଣିଜ୍ୟ କର କମିଶନର ଥିଲେ । ୨୦୧୫ରେ ସମବାୟ ବିଭାଗର ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ।

୨୦୧୭ରେ କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ସେ ଲାଲ ବାହାଦୂର ଶାସ୍ତ୍ରୀ ଏକାଡେମୀର ସ୍ଵତନ୍ତ୍ର ନିର୍ଦ୍ଦେଶକ ଭାବେ କାମ କରିଥିଲେ । ୨୦୨୦ରେ କେନ୍ଦ୍ର ଶିକ୍ଷାମନ୍ତ୍ରାଳୟରେ ସିବିଏସଇ ଅଧ୍ୟକ୍ଷ ଭାବେ ଦାୟିତ୍ଵରେ ମଧ୍ୟ ରହିଥଲେ ।

OTV is now on Whatsapp

Join and get latest news update delivered to you via whatsapp

Join Now