Bus Accident
ବିଦ୍ୟୁତ ଖୁଣ୍ଟରେ ମାଡ଼ ହୋଇ ଓଲଟିଲା OSRTC ବସ୍ । ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡା ଥାନା ମୁଚୁରନାଳୀ ଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସଟି ସୁନ୍ଦରଗଡ଼ରୁ ପୁରୀ ଯାଉଥିବାବେଳେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଏଥିରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।
ଅଧିକ ପଢ଼ନ୍ତୁ: ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ...ଜଣେ ମୃତ, ଏକାଧିକ ଛାତ୍ରଛାତ୍ରୀ ଆହତ
ସୂଚନା ମୁତାବକ, OSRTC ବସରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ । ଏହା ସୁନ୍ଦରଗଡରୁ ପୁରୀ ଅଭିମୁଖେ ଯାଉଥିଲା । ବିଳମ୍ବିତ ରାତିରେ ମୁଚୁରନାଳୀ ନିକଟରେ ବସ୍ ଭାରସାମ୍ୟ ହରାଇ ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଏଥିରେ ୫୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୨୦ ଜଣ ଆହତ ହୋଇଛନ୍ତି ।
ବିଦ୍ୟୁତ ଆଘାତରେ ଜଣେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ରାଉରକେଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।
ଗତକାଲି ସକାଳେ କେନ୍ଦ୍ରପଡା ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା । ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣୁଥିବା ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ଜଣେ ଛାତ୍ରୀ ଗୁରୁତର ହୋଇଥିବାବେଳେ ଆଉ କିଛି ଛାତ୍ରଛାତ୍ରୀ ସାମାନ୍ୟ ଆହତ ହୋଇଥିଲେ । ଏହି ଦୁର୍ଘଟଣାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1740192253.jpg)