Advertisment

KIIT Suicide: କିଟ ଛାତ୍ରୀ ଆତ୍ମହତ୍ୟା ମାମଲା, ଦୁଃଖ ପ୍ରକାଶ କଲା ବୈଦେଶିକ ମନ୍ତ୍ରାଳୟ

କିଟ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତୀୟ ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ ଏହି ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରାଯାଇଛି।

author-image
Saroj Kumar Jena
ଅଦ୍ୟତନ ହୋଇଛି
MEA

MEA

କିଟ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତୀୟ ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି। ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରାଯାଇଛି। ଜୟସ୍ବାଲ କହିଛନ୍ତି ଏହି ଘଟଣାକୁ ନେଇ ନେପାଳ କର୍ତ୍ତୃପକ୍ଷଙ୍କ ସହିତ ନିୟମିତ ଯୋଗାଯୋଗରେ ରହିଛି। ଏହା ସହିତ ଓଡ଼ିଶା ସରକାର ଓ କିଟ୍‌ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଥିବା ନେଇ ସେ ସୂଚନା ଦେଇଛନ୍ତି। ବୈଦେଶିକ ମନ୍ତ୍ରାଳୟ ସର୍ବଦା ଅନ୍ତର୍ଜାତୀୟ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ବ ପ୍ରଦାନ କରିଥାଏ। ଛାତ୍ରୀ ମୃତ୍ୟୁକୁ ଗମ୍ଭୀରତାର ସହ ନିଆ ଯାଇଥିବା ବେଳେ କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ମଧ୍ୟ ମିଳିଛି।

Advertisment

ଅଧିକ ପଢ଼ନ୍ତୁ: କିଟ୍‌ କାଣ୍ଡ: ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ KIIT ଭିସି

KIIT ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ବି.ଟେକ୍ ତୃତୀୟ ବର୍ଷର ଛାତ୍ରୀ ପ୍ରକୃତି ଲମସାଲଙ୍କ ମୃତଦେହ ମିଳିଥିଲା। ଏହାର କିଛି ଘଣ୍ଟା ପରେ, ପୋଲିସ ତାଙ୍କ ପ୍ରେମିକ ଅଦ୍ଭିକ ଶ୍ରୀବାସ୍ତବଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗରେ ଗିରଫ କରିଥିଲା ପୋଲିସ। ୩ ବର୍ଷ ଧରି ସେମାନେ ରିଲେସନସିପ୍‌ରେ ଥିଲେ। ଅଦ୍ଭିକ ତାଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଉଥିବା ନେଇ ପ୍ରକୃତି ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା।

କ୍ୟାମ୍ପସରେ ଉପସ୍ଥିତି ନେପାଳୀ ଛାତ୍ରଛାତ୍ରୀ ଭଙ୍ଗାରୁଜା କରିଥିବା ବେଳେ କିଟ କର୍ତ୍ତୃପକ୍ଷ ମାମଲାକୁ ନିୟନ୍ତ୍ରଣ କରିବା ଆଢୁଆଳରେ ଛାତ୍ରଛାତ୍ରୀଙ୍କ ଉପରେ ବଳ ପ୍ରୟୋଗ କରିଥିଲେ। ସିକ୍ୟୁରିଟି ଗାର୍ଡ ଛାତ୍ରଛାତ୍ରୀଙ୍କୁ ମାଡ ମାରୁଥିବାର ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ଏହା ସହ କଲେଜର କର୍ମଚାରୀ ହଷ୍ଟେଲ ଅନ୍ତେବାସୀଙ୍କ ଦେଶ ବିଷୟରେ ମଧ୍ୟ ବିବାଦୀୟ ବୟାନ ଦେଇଥିଲେ। ବଳ ପୂର୍ବକ ସମସ୍ତ ଛାତ୍ରଛାତ୍ରୀଙ୍କୁ ନେଇ କଟକରେ ଛଡା ଯାଇଥିଲା। ଏହି ଘଟଣା ସାମ୍ନାକୁ ଆସିବା ପରେ ଆନ୍ଦୋଳନ ଆହୁରି ବ୍ୟାପକ ହୋଇଥିଲା।

Advertisment

ଫଳରେ ନେପାଳର ସମ୍ମାନ ହାନି କରିଥିବା କର୍ମଚାରୀଙ୍କୁ ନିଲମ୍ବନ କରିଥିଲେ କିଟ କର୍ତ୍ତୃପକ୍ଷ। ୫ ଜଣଙ୍କୁ ମାମଲାରେ ଗିରଫ କରାଯାଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ସମାନ ଦିନରେ ଜାମିନ ମଧ୍ୟ ମିଳିଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇ ମାମଲାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ଶୁକ୍ରବାର ଏହି କମିଟି ସମ୍ମୁଖରେ କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ସମେତ ୮ ଜଣ ହାଜର ହୋଇଥିଲେ।

ଅଧିକ ପଢ଼ନ୍ତୁ: କିଟ୍‌ କାଣ୍ଡ: ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ ଅଚ୍ୟୁତ ସାମନ୍ତ

KIIT KIIT University
Advertisment
Advertisment