Advertisment

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ଥିବାବେଳେ ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
Medical College

Medical College

ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ । ଏହି ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଭୁବନେଶ୍ବରରେ ଏକ କାର୍ଯ୍ୟକ୍ରମରେ ମୁକେଶ କହିଛନ୍ତି ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ଥିବାବେଳେ ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି । ତାହା ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବ ।

Advertisment

ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ବ୍ୟବସ୍ଥା କରୁଛି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେପଟେ ମେଡିକାଲ କଲେଜରେ ଅଧ୍ୟାପକ ନିଯୁକ୍ତି ନେଇ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି ପ୍ରତିକ୍ରିୟା ରଖି କହିଛନ୍ତି ଅବସରପ୍ରାପ୍ତ ଅଭିଜ୍ଞ ଡାକ୍ତରମାନଙ୍କୁ ବିଭିନ୍ନ ମେଡିକାଲ କଲେଜରେ ପାଠ ପଢ଼ାଇବା ନିମନ୍ତେ ଯୋଜନା କରାଯାଉଛି। ଏନେଇ ବିଭାଗ ଏବଂ ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ହେବ ।

Mukesh Mahaling Medical College Health Minister
Advertisment
Advertisment