Advertisment

Metro train In Cuttack: ବଡ଼ ଅପଡେଟ୍‌; କଟକ ଯିବ ମେଟ୍ରୋ !

ରାଜ୍ୟରେ ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି। ପୂର୍ବ ସରକାର ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋର ପରିକଳ୍ପନା କରିଥିଲେ। ଏହା କେତେଦୂର ଯୁକ୍ତିଯୁକ୍ତ ବୋଲି ମନ୍ତ୍ରୀ ପ୍ରଶ୍ନ କରିଛନ୍ତି। ଲୋକେ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇ କ’ଣ କରିବେ, କଟକ ପର୍ଯ୍ୟନ୍ତ ଯିବାର ଆବଶ୍ୟକତା ରହିଛି।

ଅଦ୍ୟତନ ହୋଇଛି
metro

metro

Advertisment

କଟକକୁ ଯୋଡ଼ିହେବ କି ମେଟ୍ରୋ ପ୍ରକଳ୍ପ ? ରାଜ୍ୟରେ ମେଟ୍ରୋ ରେଳ ପ୍ରକଳ୍ପର ପରିସର ବୃଦ୍ଧି କରାଯିବ। ଏଥିପାଇଁ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ ହୋଇଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି, ରାଜ୍ୟରେ ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି। ପୂର୍ବ ସରକାର ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋର ପରିକଳ୍ପନା କରିଥିଲେ। ଏହା କେତେଦୂର ଯୁକ୍ତିଯୁକ୍ତ ବୋଲି ମନ୍ତ୍ରୀ ପ୍ରଶ୍ନ କରିଛନ୍ତି। ଲୋକେ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇ କ’ଣ କରିବେ, କଟକ ପର୍ଯ୍ୟନ୍ତ ଯିବାର ଆବଶ୍ୟକତା ରହିଛି।

ସେହିଭଳି ଅନ୍ୟାନ୍ୟ ସ୍ଥାନକୁ ମଧ୍ୟ ଯିବାର ଆବଶ୍ୟକତା ରହିଛି। ବୈଷୟିକ ବିଶେଷଜ୍ଞଙ୍କୁ ନେଇ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟି ସର୍ଭେ ମଧ୍ୟ କରୁଛି। କେଉଁଠୁ କେଉଁ ପର୍ଯ୍ୟନ୍ତ ଗଲେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ସେ ନେଇ କମିଟି ତର୍ଜମା କରୁଛି।

Advertisment

ଏହାର ପରିଧିକୁ ବିସ୍ତୃତ କରାଯିବ ପାଇଁ ଯୋଜନା ହେଉଛି ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ। ଏଥିସହ ନନ୍ଦନକାନନ ରୋଡରେ ତିନିଥାକିଆ ରାସ୍ତା ହେବ ଏବଂ ତା ସହିତ ମେଟ୍ରୋ ମଧ୍ୟ ଚାଲିବ ବୋଲି ସେ ସୂଚନା ଦେଇଛନ୍ତି। ମେଟ୍ରୋ ପ୍ରକଳ୍ପ ପାଇଁ ଆଜି ସୁଦ୍ଧା ସରକାର ୩୯୩ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିମିଟେଡକୁ ଫି ଓ ବିବିଧ ଖର୍ଚ୍ଚ ବାବଦରେ ଏହି ଟଙ୍କା ଦିଆଯାଇଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ ବିଧାନସଭାରେ ଉତ୍ତର ରଖିଛନ୍ତି ।

ଅଧିକ ପଢ଼ନ୍ତୁ : ଲଣ୍ଡନ, ଆୟର୍ଲାଣ୍ଡ ଗଲା ଢେଙ୍କାନାଳ ଭଣ୍ଡା, ଖୁସି ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Advertisment
Cuttack Metro Rail Project
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ