/odishatv-khabar/media/post_attachments/uploadimage/library/16_9/16_9_0/IMAGE_1731602406.jpg)
ମଧ୍ୟାହ୍ନ ଭୋଜନ ଦର ଟଙ୍କାଟେ ବଢ଼ିଲା
ମଧ୍ୟାହ୍ନ ଭୋଜନ ପାଇଁ ପ୍ରତି ବିଦ୍ୟାର୍ଥୀ ପିଛା ୧ ଟଙ୍କା ବୃଦ୍ଧି କଲେ ରାଜ୍ୟ ସରକାର । ଏବେ ସରକାର ପ୍ରତ୍ୟେକ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ପାଇଁ ୫ ଟଙ୍କା ୯୦ ପଇସା ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ପାଇଁ ୮ ଟଙ୍କା ୮୨ ପଇସା ଦୈନିକ ପଡ଼ି ମୂଲ୍ୟର ଖର୍ଚ୍ଚ ଧାର୍ଯ୍ୟ କରିଛନ୍ତି। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମଧ୍ୟାହ୍ନ ଭୋଜନ ପାଇଁ ବିଦ୍ୟାର୍ଥୀ ପିଛା ଦୈନକ ପଡ଼ି ମୂଲ୍ୟ ଉପରେ ୧ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ୟାପିଟାଲ ହାଇସ୍କୁଲ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ସୁରଭିରେ ଯୋଗ ଦେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୪୩ ଲକ୍ଷ ବିଦ୍ୟାର୍ଥୀ ମଧ୍ୟାହ୍ନ ଭୋଜନ ପାଉଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)