Advertisment

PM Narendra Modi: ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି; ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ହେବେ ସାମିଲ

୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ । ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି ।

ଅଦ୍ୟତନ ହୋଇଛି
PM Narendra Modi

PM Narendra Modi

Advertisment

ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୋଦି । ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ । ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି । ଆସନ୍ତା ୮ରୁ ୧୦ ତାରିଖ ଯାଏ ଭୁବନେଶ୍ବରରେ ଆୟୋଜିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏଥିପାଇଁ ସଜେଇ ହେଉଛି ରାଜଧାନୀ ଭୁବନେଶ୍ବର । 

Advertisment

ରାଜଧାନୀ କାନ୍ଥବାଡ଼କୁ ନୂଆ ରଙ୍ଗ ଦେବା ସହ ବିଭିନ୍ନ ଚିତ୍ର ଅଙ୍କନ କରାଯାଉଛି । ଭୁବନେଶ୍ବର ଜନତା ମୈଦାନରେ ସମସ୍ତ ପ୍ରସ୍ତୁତି ଚାଲିଛି । ପ୍ରବାସୀ ଭାରତୀୟ ଦିବସକୁ ଆକର୍ଷଣୀୟ ଓ ସଫଳ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ। ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ଓଡ଼ିଶାରେ ଅନୁଷ୍ଠିତ ହେଉଛି। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଆସନ୍ତା ୬ ତାରିଖରେ ଓଡିଶାରେ ଆସି ପହଞ୍ଚିବେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର। ସମ୍ମିଳନୀର ପ୍ରଥମ ଦିନ ଜାନୁଆରୀ ୮ରେ ଏସ୍. ଜୟଶଙ୍କର ଯୋଗଦେବେ। ଉଦଯାପନୀ ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କାର୍ଯ୍ୟକ୍ରମରେ ୭ହଜାରରୁ ଅଧିକ ପ୍ରବାସୀଙ୍କ ସହ ମୋଟ ୧୦ ହଜାର ଅତିଥି ଯୋଗଦେବେ। 

ଅଧିକ ପଢ଼ନ୍ତୁ: ମାଟିରେ ଲୋଟୁଛି ଦାନାପାଣି, ଲଗାଣ ବର୍ଷାରେ ବର୍ବାଦ ହେଲାଣି ବର୍ଷକର ଆହାର

Advertisment

 ଏପଟେ ଭୁବନେଶ୍ବର ଜନତା ମୈଦାନରେ ତିନି ଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ପର୍ଯ୍ୟଟନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରାଜ୍ୟ ସରକାରଙ୍କ ସବୁ ବିଭାଗ ସହଯୋଗରେ ଚାଲିଛି ପ୍ରସ୍ତୁତି। ଏହି ସମୟରେ ଭୁବନେଶ୍ବରରେ ପଥ ଉତ୍ସବ ଚାଲିବ । ପୁରୀରେ ସିବିଚ୍ ଫେଷ୍ଟିଭାଲ ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ। ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍ ସବୁ କିଛି ବ୍ୟବସ୍ଥା ହୋଇଛି । ପ୍ରବାସୀ ଭାରତୀୟଙ୍କୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲାଇ ଦେଖାଯିବ। ଓଡ଼ିଆ, ହିନ୍ଦୀ ଓ ଇଂରାଜୀ କହି ପାରୁଥିବା ଗାଇଡ ରହିବେ । ଯେଉଁ ହୋଟେଲରେ ପ୍ରବାସୀ ଭାରତୀୟ ରହିବେ, ସେସବୁ ହୋଟେଲର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ ।  ସେଠାରୁ ବିଭିନ୍ନ ସ୍ଥାନକୁ କିଭଳି ଡବଲ ଡେକର ଗାଡ଼ିରେ ବୁଲିପାରିବେ ଅତିଥି, ତାହା ସୁନିଶ୍ଚିତ କରାଯାଇଛି । 

ଅଢ଼େଇ ହଜାର ପ୍ରବାସୀ ଭାରତୀୟ ଓଡ଼ିଶା ଆସିବା ପାଇଁ ପଞ୍ଜିକରଣ କରି ସାରିଛନ୍ତି । ଆଉ କିଛି ପ୍ରବାସୀ ଭାରତୀୟ ଓଡ଼ିଆ ଲୋକଙ୍କ ଘରେ ହୋମ ଷ୍ଟେ' ରେ ରହିବେ । ଓଡ଼ିଆ ଘରର ଖାଦ୍ୟ ଖାଇବେ।  ଓଡ଼ିଶାର ଖାଦ୍ୟ ପ୍ରଣାଳୀ, ଓଡ଼ିଶାର ଆତିଥେୟତା ବିଶ୍ବ ଦରବାରରେ ଦେଖାଇବାର ଆମ ପାଇଁ ବଡ଼ ସୁଯୋଗ ଆସିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । 

Advertisment

ଅଧିକ ପଢ଼ନ୍ତୁ: ୧୦ ଡିଗ୍ରୀ ତଳେ ୮ ସହର, ରାଉରକେଲା ପାଲଟିଲା ସବୁଠୁ ଥଣ୍ଡା ସହର

Odisha Narendra Modi PM Modi PM Narendra Modi Prime Minister
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ