Advertisment

CM At Dhanu Yatra:ଧନୁ ଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଧନୁଯାତ୍ରା ଅନୁଦାନ ରାଶି ୧୦ ଲକ୍ଷରୁ ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିସହ ୧୭୦ ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ଦିଆଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

mohan Majhi

mohan Majhi

Advertisment

କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ। ବରଗଡ଼ର ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସକ ମହାରାଜଙ୍କ ଦରବାର ଆସିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ବିନୀ ଷଡଙ୍ଗୀ, ନିହାର ମହାନନ୍ଦ, ସନତ ଗଡତିଆ, ଇରାଶିଷ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ।

Advertisment

ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଧନୁଯାତ୍ରା ଅନୁଦାନ ରାଶି ୧୦ ଲକ୍ଷରୁ ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିସହ ୧୭୦ ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ଦିଆଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ବରଗଡ଼ ସହରରେ ଚିତ୍ତାକର୍ଷକ ସ୍ଥାୟୀ ରାଜମହଲ ନିର୍ମାଣ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ଖର୍ଚ୍ଚ ହେବ ୧୨ କୋଟି ୮୦ ଲକ୍ଷ ଟଙ୍କା। ସେହିପରି ଜିରା ନଦୀରେ ୮୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଆନିକଟ୍। ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ପାଇଁ ଖର୍ଚ୍ଚ ହେବ ୩୦ କୋଟି ଟଙ୍କା।

ଅଧିକ ପଢ଼ନ୍ତୁ: ଅନୀଲ-ହଂସିତାଙ୍କ ବିଜେଡି ଲିଙ୍କ୍ ! କାମ ଦେଉଥିଲେ ମନ୍ତ୍ରୀ, ଡିଲ୍ କରୁଥିଲେ ବିଧାୟକ...

Advertisment

ବରଗଡ ଧନୁଯାତ୍ରାର ଆଜି ହେଉଛି ଦଶମ ଦିନ। ଧନୁଯାତ୍ରାରେ ସାମିଲ ହେବାକୁ ଆସିଥିବା କୃଷ୍ଣ-ବଳରାମ ମଥୁରା ନଗରୀ ପରିଭ୍ରମଣ କରୁଛନ୍ତି। ଏ ଅବସରର ସୁଦାମା ମାଳି ଓ ରଜକଙ୍କ ସହ ସାକ୍ଷାତ ଦୃଶ୍ୟ ମଧ୍ୟ ଅନୁଷ୍ଠିତ ହୋଇଛି। ସେପଟେ ମଥୁରା ନଗରୀରେ କୃଷ୍ଣ-ବଳରାମଙ୍କ ହତ୍ୟା ପାଇଁ ଯୋଜନା ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି କଂସ ମହାରାଜ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।

ଅଧିକ ପଢ଼ନ୍ତୁ: ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ହେବ ଟ୍ରାଇ ସିଟି; ବଢ଼ିବ ସହରର କଳେବର

Advertisment
Dhanu Yatra Mohan Charan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ