Advertisment

New Governor Of Odisha: ଶପଥ ନେଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି

ଆଜି ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ସକାଳ ୧୦ଟା ୧୫ରେ ଶପଥ ପାଠ କରାଇବେ ହାଇକୋର୍ଟ ମୁଖ୍ୟ ବିଚାରପତି ।

ଅଦ୍ୟତନ ହୋଇଛି
HARIBABU

HARIBABU

Advertisment

ଆଜି ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି । ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ ତାଙ୍କୁ ନିଯୁକ୍ତି ମିଳିଥିଲା। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ ତାଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ।

Advertisment

ଭୁବନେଶ୍ବରରୁ ସେ ପୁରୀ ଯାଇଥିଲେ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ ଡକ୍ଟର ହରିବାବୁ ଓ ତାଙ୍କ ପରିବାର। ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିବା କହିଛନ୍ତି ନୂଆ ରାଜ୍ୟପାଳ। ଗତକାଲି ପୁରୀ ରାଜଭବନରେ ରାତ୍ରିଯାପନ ପରେ ଆଜି ଭୁବନେଶ୍ବର ଫେରି ରାଜଭବନରେ ଶପଥ ଗ୍ରହଣ କରିଛନ୍ତି ।

ଆନ୍ଧ୍ରପ୍ରଦେଶ ବାସିନ୍ଦା ହରିବାବୁ କମ୍ଭମପତି ଦକ୍ଷିଣ ରାଜ୍ୟରେ ଜଣେ ଟାଣୁଆ ରାଜନେତା। ୨୦୧୪ରେ ବିଶାଖାପାଟଣା ଲୋକସଭାରୁ ସାଂସଦ ଥିଲେ। ବିଜେପି ଟିକେଟରେ ୧୬ତମ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୯ରେ ବିଶାଖାପାଟଣା-୧ରୁ ଆସନରୁ ବିଧାୟକ ଥିଲେ ହରିବାବୁ କମ୍ଭମପତି। ୨୦୧୪-୨୦୧୮ ଯାଏଁ ଥିଲେ ଆନ୍ଧ୍ରପ୍ରଦେଶ ବିଜେପିର ରାଜ୍ୟ ସଭାପତି।

Advertisment

ଅଧିକ ପଢ଼ନ୍ତୁ: ପୁଳା ପୁଳା ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ, ସ୍କାନ କଲେ ଜାଣିହେବ ପୂର୍ବ ରୋଗର ବିସ୍ତୃତ ତଥ୍ୟ

ଆନ୍ଧ୍ରପ୍ରଦେଶର ପ୍ରକାଶମ ଜିଲ୍ଲାରେ ୧୯୫୩ ମସିହାରେ ଜନ୍ମଗ୍ରହଣ କରିଥିଲେ। ଆନ୍ଧ୍ର ବିଶ୍ବବିଦ୍ୟାଳୟରୁ ଇଲେକ୍ଟ୍ରୋନିକ୍ସ ଓ କମ୍ୟୁନିକେସନରେ ବି-ଟେକ୍ ଡିଗ୍ରୀ ସହ ପିଏଚଡି ହାସଲ କରିଥିଲେ ହରିବାବୁ କମ୍ଭମପତି। ୨୪ ବର୍ଷ ଆନ୍ଧ୍ର ବିଶ୍ବବିଦ୍ୟାଳୟ ଇଞ୍ଜିନିୟରିଂ କଲେଜରେ ସହକାରୀ ପ୍ରଫେସର ଭାବରେ କାମ କରିଥିଲେ। ଛାତ୍ର ନେତା ଭାବରେ ୧୯୭୨ରେ ଜୟ ଆନ୍ଧ୍ର ଆନ୍ଦୋଳନରେ ସାମିଲ ହୋଇଥିଲେ। ଜରୁରିକାଳୀନ ସ୍ଥିତି ବେଳେ ଗିରଫ ହୋଇ ୬ ମାସ ଯାଇଥିଲେ ଜେଲ୍।

Advertisment

୧୯୭୭ରେ ଆନ୍ଧ୍ରପ୍ରଦେଶରେ ଜନତା ଦଳର କାର୍ଯ୍ୟକାରୀ ସଦସ୍ୟ ଥିଲେ। ୧୯୭୮ରେ ଜନତା ଦଳର ଆନ୍ଧ୍ରପ୍ରଦେଶ ଯୁବ ମୋର୍ଚ୍ଚା ଉପସଭାପତି ଥିଲେ ହରିବାବୁ କମ୍ଭମପତି। ୧୯୯୩ରୁ ୨୦୦୩ ଯାଏ ସେ ଥିଲେ ଆନ୍ଧ୍ରପ୍ରଦେଶ ବିଜେପିର ସାଧାରଣ ସମ୍ପାଦକ। ୨୦୦୫ରେ ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଥିଲେ ହରିବାବୁ କମ୍ଭମପତି। ୨୦୧୪ରୁ ୨୦୧୯ ଯାଏ ସାସଂଦ ଥିବା ବେଳେ ବିଭିନ୍ନ ସଂସଦୀୟ କମିଟିର ସେ ସଦସ୍ୟ ରହିଥିଲେ।

ଅଧିକ ପଢ଼ନ୍ତୁ: ଶଙ୍ଖକୁ ବାଏ ବାଏ !! ପଦ୍ମ ଧରିବେ ବିଜେଡି କର୍ପୋରେଟର ଅମରେଶ !!

Odisha Governor
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ