• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଆସିଲା ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତି । ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ଅବକାରୀ ନୀତି ଲାଗୁ ହେବ । ଯାହା ଆସନ୍ତା ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ । ନୂଆ ଅବକାରୀ ନୀତିରେ ସ୍ପଷ୍ଟ କରାଯାଇଛି ଯେ, ଗ୍ରାମାଞ୍ଚଳରେ ଆଉ ନୂଆ ମଦ ଦୋକାନ ଖୋଲିବ ନାହିଁ ।

ଚଳିତ ଆର୍ଥିକ ବର୍ଷରେ ନୂଆ ବିଦେଶୀ ମଦ ଦୋକାନ ଖୋଲିବନି । ଥ୍ରୀ-ଷ୍ଟାର ହୋଟେଲ ଏବଂ ତାଠୁ ଅଧିକ କ୍ୟାଟେଗୋରୀର ହୋଟେଲକୁ ହିଁ ନୂଆ ବାର ଲାଇସେନ୍ସ ମିଳିବ । ସେହିପରି ଡ୍ୟାନ୍ସ ବାର ଆଉ ଚାଲିବ ନାହିଁ । ବାର୍ ଗୁଡ଼ିକରେ ଅନୁମତି ନେଇ ସଂଗୀତ ପରିବେଷଣ କରିପାରିବେ । କୌଣସି ପରିସ୍ଥିତିରେ ବାର୍‌ରେ ନୃତ୍ୟ ପରିବେଷଣ ଅନୁମତି ମିଳିବନି ।

ସେହିପରି ବିଚରେ କ୍ୟାବିନ୍‌ ଖୋଲିବାର ଅନୁମତି ଦେବ ପର୍ଯ୍ୟଟନ ବିଭାଗ । ବିଚ୍ ଶ୍ୟାକ୍ସର ବାର୍ଷିକ ଲାଇସେନ୍ସ ଦର ହେବ ୫୦ ହଜାର ଟଙ୍କା । ଯାହା OTDC ପାଖରେ ପୈଠ କରାଯିବ । ଭାଙ୍ଗ, ତାଡି ଓ ପୋଚ ପାଇଁ ବି ନିୟମ ଲାଗୁ ହୋଇଛି । ଚଳିତ ଆର୍ଥିକ ବର୍ଷରେ ପୂର୍ବରୁ ନବୀକରଣ ହୋଇନଥିବା ୫୭ଟି ଅନ୍ ସପ୍‌ର ପୁନଃ ନବୀକରଣ କରାଯିବ ନାହିଁ । ପ୍ରତିବର୍ଷ ବର୍ଦ୍ଧିତ ହେଉଥିବା MGQ ଫ୍ୟାକ୍ଟରର ଚଳିତ ବର୍ଷ ବର୍ଦ୍ଧିତ ହେବନାହିଁ ।

ନିଶା ସେବନ ବିରୁଦ୍ଧରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ପାଣ୍ଠିର ବ୍ୟବସ୍ଥା କରିଛନ୍ତି । ସେହିପରି ବେଆଇନ ମଦ କାରବାରକୁ ରୋକିବା ଏବଂ ଚଢ଼ାଉ ଜୋରଦାର କରିବା ପାଇଁ ନୂଆ ଅବକାରୀ କେନ୍ଦ୍ର ପ୍ରତିଷ୍ଠା ସହ ନୂଆ ନିଯୁକ୍ତି, କର୍ମଚାରୀଙ୍କୁ ତାଲିମ ଏବଂ ଅଧିକ ଯାନ ଯୋଗାଇବା ପାଇଁ ନୂଆ ଅବକାରୀ ନୀତିରେ ବ୍ୟବସ୍ଥା ରହିଛି I

OTV is now on Whatsapp

Join and get latest news update delivered to you via whatsapp

Join Now