Advertisment

ଭୁବନେଶ୍ବରରେ ନିର୍ମାଣ ହେବ ନୂଆ ଟର୍ମିନାଲ, ୨ ବର୍ଷରେ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ

ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ । ଦୁଇ ବର୍ଷ ମଧ୍ୟରେ ନୂଆ ଟର୍ମିନାଲ ନିର୍ମାଣ ହେବାକୁ ଯୋଜନା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

ଅଦ୍ୟତନ ହୋଇଛି
Bhubaneswar Airport to Get New Terminal in 2 Years

Bhubaneswar Airport

Advertisment

ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ । ସେ କହିଛନ୍ତି ଏବେ ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି । ଡବଲ ଇଞ୍ଜିନ ସରକାରରେ ବେସାମରିକ ବିମାନ ଚଳାଚଳ କ୍ଷେତ୍ର ବ୍ୟାପକ ହେବ । ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦ ଲକ୍ଷ କ୍ଷମତା ରହିଛି । ଆସନ୍ତା ବର୍ଷେ ମଧ୍ୟରେ ଏହାକୁ ୮୦ ଲକ୍ଷ କରାଯିବ । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ । ଦୁଇ ବର୍ଷ ମଧ୍ୟରେ ନୂଆ ଟର୍ମିନାଲ ନିର୍ମାଣ ହେବାକୁ ଯୋଜନା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ

ସେ ଆହୁରି କହିଛନ୍ତି, ଖୁବଶୀଘ୍ର ରନୱେ କ୍ୟାଟ ଟୁ ଲାଇଟ ଏକ ମାସ ଭିତରେ ଶେଷ କରାଯିବ । ଅନ୍ୟ ଯେଉଁ ଛୋଟ ଛୋଟ କାର୍ଯ୍ୟ ଚାଲିଛି ତାହା ମଧ୍ୟ ଶେଷ ହେବ। ରାଜ୍ୟର ରାଜଧାନୀରେ ଏହି ଏୟାରପୋର୍ଟ ରହିଛି ଯାହା ଧିରେ ଧିରେ ବୃଦ୍ଧି ପାଉଛି । ଆଗାମୀ ୧୦ରୁ ୨୦ ବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ହେବ । ନୂଆ ଟର୍ମିନାଲ ବାନାଇବା ସହ ଡୋମେଷ୍ଟିକ, ଇଣ୍ଟରନ୍ୟାସନାଲ ପାସେଞ୍ଜରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଏବେ ଏହି ଏୟାରପୋର୍ଟ ଦେଶରେ ୨୦ ଟି ସହରକୁ ସଂଯୋଗ କରୁଛି, ଆଗକୁ ଜମ୍ମୁ, ଗୁଜୁରାଟ, ଆନ୍ଧ୍ର ଭଳି ଦେଶର ଅନ୍ୟସ୍ଥାନକୁ ସଂଯୋଗ କରିବାକୁ ଡିମାଣ୍ଡ ଆସୁଛି । ଯାହାକୁ ନେଇ ମନ୍ତ୍ରାଳୟ ସହ କଥା ହୋଇ ପୂରଣ କରାଯିବ ବୋଲି କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ।

ସେହିପରି ଓଡ଼ିଶାର ଝାରସୁଗୁଡ଼ାରେ ଏୟାରପୋର୍ଟ ଅଛି । ଗତ ଦଶ ବର୍ଷ ମଧ୍ୟରେ ଉତ୍କେଳା, ଜୟପୁର, ରାଉରକେଲା ସହରର ରିଜିଓନାଲ କନେକ୍ଟିଭିଟି ମାଧ୍ୟମରେ ଆଗକୁ ବଢ଼ିଛି । ରିଜିଓନାଲ୍ ଏୟାରପୋର୍ଟର କିଭଳି ଉନ୍ନତି କରଣ ହୋଇପାରିବ ସେନେଇ ପ୍ରଚେଷ୍ଟା କରାଯିବ। ରାଜ୍ୟ ସରକାର ସିଭିଲ ଏଭିଏସନ୍‌କୁ ନେଇ ବେଶ ତତ୍ପର ଅଛନ୍ତି । ଓଡ଼ିଶାରେ ପୁରୀ ଭଳି ଆଧ୍ୟାତ୍ମିକ ସହର ଅଛି ଏଣୁ ବିଭିନ୍ନ ସ୍ଥାନରୁ ବିମାନ ଚଳାଚଳ କରିବାକୁ ପ୍ରଚେଷ୍ଟା କରାଯିବ ବୋଲି ସେ କହିଛନ୍ତି ।

Advertisment

Bhubaneswar Airport
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ