Advertisment

‘କେଉଁଠି ବି ବନ୍ୟା ସ୍ଥିତି ନାହିଁ, ପ୍ରଶାସନ ସଜାଗ ରହିଛି'

ଅତ୍ୟଧିକ ବର୍ଷା ଯୋଗୁଁ ଭଦ୍ରକ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ କ୍ଷୟକ୍ଷତି ହୋଇଛି । ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଆସିଲେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।

ଅଦ୍ୟତନ ହୋଇଛି
 No Flood Threat Yet, Odisha Fully Poised with Relief Measures

No Flood Threat Yet, Odisha Fully Poised with Relief Measures

Advertisment

ରାଜ୍ୟରେ ବନ୍ୟା ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା । କୌଣସି ନଦୀରେ ନାହିଁ ବିପଦ ସଂକେତ ସ୍ଥିତି । ନରାଜଠାରେ ମଧ୍ୟ ବିପଦ ସଂକେଟ ତଳେ ରହିଛି ଜଳସ୍ତର । ଅତ୍ୟଧିକ ବର୍ଷା ଯୋଗୁଁ ଭଦ୍ରକ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ କ୍ଷୟକ୍ଷତି ହୋଇଛି । ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଆସିଲେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । 

Advertisment

ମନ୍ତ୍ରୀଙ୍କ ସୂଚନା ଅନୁସାରେ, ତଳି ଅଞ୍ଚଳରେ ବର୍ଷା ପାଣି ରହିଛି, କିନ୍ତୁ କେଉଁଠି ବି ବନ୍ୟା ପାଣି ପଶିନାହିଁ । ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରିଲିଫ ଏବଂ ବନ୍ୟା ଆଶ୍ରୟ ସ୍ଥଳୀ ପ୍ରସ୍ତୁତ ରହିଛି । ODRAF ଏବଂ NDRF ଟିମ୍ ମୁତୟନ ଅଛନ୍ତି । ଯଦି ବନ୍ୟା ସ୍ଥିତି ଉପୁଜେ ତେବେ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । 

ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ନିର୍ଘାତ ଛେଚୁଛି। ଆଜି ଭୀଷଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଭାରୀ ବର୍ଷା ହେବ। 

Advertisment

ସେହିଭଳି ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାର ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଝଡ଼ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ। ୧୨ ତାରିଖ ଯାଏଁ ରାଜ୍ୟକୁ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଆସନ୍ତାକାଲିଠୁ ବର୍ଷା ପରିମାଣ ସାମାନ୍ୟ କମିପାରେ। ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୨ ରୁ ୩ ଦିନ ଯାଏଁ ଏହା ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ ମଧ୍ୟ ଦେଇ ଗତିକରିବାର ସମ୍ଭାବନା ରହିଛି।

Suresh Pujari Floods
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ