/odishatv-khabar/media/post_attachments/uploadimage/library/16_9/16_9_0/IMAGE_1725268453.jpg)
High Court bench
ଓଡ଼ିଶାରେ ପ୍ରତିଷ୍ଠା ହୋଇନପାରେ ହାଇକୋର୍ଟ ବେଞ୍ଚ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି । କହିଛନ୍ତି, ସୁପ୍ରିମକୋର୍ଟ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର କୌଣସି ଯଥାର୍ଥତା ନାହିଁ ।
Advertisment
ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ପ୍ରସ୍ତାବ ଅଛି କି ବୋଲି କଳିକେଶ ନାରାୟଣ ସିଂଦେଓ ପ୍ରଶ୍ନ କରିଥିଲେ । ଏ ବାବଦରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ବିଧାୟକ କଳିକେଶ ସିଂହଦେଓଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏ ବାବଦରେ କୌଣସି ପ୍ରସ୍ତାବ ନାହିଁ।
Advertisment
/odishatv-khabar/media/post_attachments/uploadimage/library/16_9/16_9_5/IMAGE_1725261820.jpeg)
ବିଧାୟକଙ୍କ ପ୍ରଶ୍ନ- ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ପ୍ରସ୍ତାବ ଅଛି କି ?
ମୁଖ୍ୟମନ୍ତ୍ରୀଙ୍କ ଉତ୍ତର- ସୁପ୍ରିମକୋର୍ଟ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ, ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର କୌଣସି ଯଥାର୍ଥତା ନାହିଁ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)