Advertisment

ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ପୂର୍ବ ସରକାରରେ ହୋଇଥିବା ଦୁର୍ନୀତିର ତଦନ୍ତ କର

ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଅଦ୍ୟତନ ହୋଇଛି
CollectorsConference | No question of compromise on corruption, Odisha CM’s clear message to Collectors

Collectors Conference

Advertisment

ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିବାକୁ ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେବା ସହ ଯଦି କିଛି ଅନିୟମିତତା ହେଉଛି ତାହା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂର୍ବ ସରକାର ବେଳେ ହୋଇଥିବା ଦୁର୍ନୀତିର ତଦନ୍ତ କରିବାକୁ ମଧ୍ୟ ଏହି ଅବସରରେ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Advertisment

ଅଧିକ ପଢ଼ନ୍ତୁ: ଖୁସି ଖବର ଦେଲେ ରାଜ୍ୟ ସରକାର; ଏଣିକି ସରୋଗାସୀ ପିତୃତ୍ବକୁ ମିଳିବ ୧୫ ଦିନର ଛୁଟି

ସେହିପରି ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ରାଜ୍ୟ ସରକାର । ଏହି ଅବସରରେ ଜିଲ୍ଲାପାଳ ମାନେ ଜିଲ୍ଲା ସ୍ତରରେ ଲୋକଙ୍କୁ ତ୍ବରିତ ସେବା ପ୍ରଦାନ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାସ୍ତରରେ ସାଧାରଣ ଲୋକ ସରକାର କହିଲେ ଜିଲ୍ଲାପାଳମାନଙ୍କୁ ବୁଝିଥାନ୍ତି । ତେଣୁ ଜିଲ୍ଲାସ୍ତରରେ ଲୋକଙ୍କ ସମସ୍ୟାର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Advertisment

ସେହିପରି ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାମକୁ ତ୍ବରିତ ବେଗରେ କରିବାକୁ କହିଛନ୍ତି । ଜିଲ୍ଲାପାଳମାନେ ଗ୍ରାଉଣ୍ଡ ଲେଭେଲରେ ସମସ୍ୟାର ସମାଧନ କଲେ ରାଜ୍ୟ ଆଗକୁ ବଢ଼ିବ । ସରକାର ଉନ୍ନୟନ କାମ ପାଇଁ ଖର୍ଚ୍ଚ କରୁଥିବା ସମସ୍ତ ବ୍ୟବସ୍ଥା ଯେମିତି ଲୋକଙ୍କ ପାଖରେ ପହଞ୍ଚିବ ସେନେଇ ତତ୍ପର ହେବାକୁ ମଧ୍ୟ କହିଛନ୍ତି । ସେପଟେ ଆଜି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ବୈଠକ କରିବା ପରେ ଆସନ୍ତାକାଲି ସମସ୍ତ ଜିଲ୍ଲାର ଏସପି ମାନଙ୍କ ସହ ବୈଠକ କରିବେ ମୁଖ୍ୟମନ୍ତ୍ରୀ ।

ଅଧିକ ପଢ଼ନ୍ତୁ: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର; ଅକ୍ଟୋବରରୁ ମିଳିବ ଚାଉଳ ସହ ଗହମ

Advertisment
Odisha News Odisha CM Collectors Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ