Advertisment

ଚାଷୀଙ୍କୁ ନୂଆଁଖାଇ ଭେଟି; ସିଏମ କିଷାନ ଯୋଜନାରେ ମିଳିବ ୪ହଜାର

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି। ଆଜି ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା।

 CM Kisan Yojana

CM Kisan Yojana

Advertisment

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି। ଆଜି ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏଥିରେ ଚାଷୀ ପାଇବେ ୪ ହଜାର ଟଙ୍କାର ଆର୍ଥିକ ସହାୟତା। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏନେଇ ରାଜ୍ୟ କୃଷି ବିଭାଗ ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି।

Advertisment

ନୂଆଁଖାଇ ଅବସରରେ ସମ୍ବଲପୁର ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବଲପୁର ଯିବେ। ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ଅଡିଟୋରିୟମରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ।

ପରେ ମାଆ ସମଲେଇଙ୍କ ଦର୍ଶନ କରିବା ସହ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ସିଏମଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହେବା ସହ ସ୍ବତନ୍ତ୍ର ଆୟୋଜନ ହୋଇଛି।ଚାଷୀଙ୍କୁ ଏହି ଆର୍ଥିକ ସହୟତା ଯୋଗାଇ ଦେବା ଲାଗି ରାଜ୍ୟ ସରକାର ୧୯ଶହ ୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।

Advertisment

ଏହା ପୂର୍ବରୁ ବିଜେଡି ସରକାର ଅମଳରେ ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିଲା। ଯୋଗ୍ୟତା ଥାଇ ମଧ୍ୟ ପିଏମ୍ କିଷାନ ଯୋଜନାରୁ ରାଜ୍ୟରେ ବାଦ୍ ପଡ଼ିଥିବା ସମସ୍ତ ଚାଷୀଙ୍କୁ ସିଏମ୍ କିଷାନ ଯୋଜନାରେ ସାମିଲ କରାଯିବ ବୋଲି ନିକଟରେ କୃଷି ମନ୍ତ୍ରୀ କେଭି ସିଂହଦେଓ ବିଧାନସଭାରେ ସୂଚନା ଦେଇଥିଲେ।

Odisha CM Nuakhai
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ