/odishatv-khabar/media/post_attachments/uploadimage/library/16_9/16_9_0/IMAGE_1757313709.jpg)
Nuapada MLA Rajendra Dholakia Passes Away
ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ୬୯ ବର୍ଷ ବୟସରେ ରାଜେନ୍ଦ୍ରଙ୍କ ପରଲୋକ ହୋଇଛି । ୪ ଥରର ବିଧାୟକ ହେଉଛନ୍ତି ରାଜେନ୍ଦ୍ର ଢୋଲକିଆ । ୨୦୦୪ରେ ପ୍ରଥମେ ସ୍ବାଧୀନ ଭାବେ ବିଧାୟକ ନିର୍ବାଚିତ ହୋଇଥିଲେ । ପରେ ୨୦୦୯, ୨୦୧୯ ଓ ୨୦୨୪ରେ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
Advertisment
ନବୀନ ସରକାରରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଥିଲେ ଢୋଲକିଆ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)