Advertisment

Rajendra Dholakia Passes Away: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ...

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ।

ଅଦ୍ୟତନ ହୋଇଛି
Nuapada MLA Rajendra Dholakia Passes Away

Nuapada MLA Rajendra Dholakia Passes Away

Advertisment

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ୬୯ ବର୍ଷ ବୟସରେ ରାଜେନ୍ଦ୍ରଙ୍କ ପରଲୋକ ହୋଇଛି । ୪ ଥରର ବିଧାୟକ ହେଉଛନ୍ତି ରାଜେନ୍ଦ୍ର ଢୋଲକିଆ । ୨୦୦୪ରେ ପ୍ରଥମେ ସ୍ବାଧୀନ ଭାବେ ବିଧାୟକ ନିର୍ବାଚିତ ହୋଇଥିଲେ । ପରେ ୨୦୦୯, ୨୦୧୯ ଓ ୨୦୨୪ରେ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Advertisment

ନବୀନ ସରକାରରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଥିଲେ ଢୋଲକିଆ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ଖେଳିଯାଇଛି ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

BJD MLA MLAs
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ