/odishatv-khabar/media/post_attachments/uploadimage/library/16_9/16_9_0/Nursing_1727179971.jpg)
Nursing
ଅଗଷ୍ଟ ୭ ତାରିଖରୁ ନର୍ସିଂ ଅଫିସରଙ୍କ ବିରୋଧରେ ୬ ମାସ ପାଇଁ ଲାଗୁ ହୋଇଥିବା ଏସମାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ଆଜି ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛି ନର୍ସିଂ ନିର୍ଦ୍ଦେଶାଳୟ । ସେପ୍ଟେମ୍ୱର ୨୫ ଓ ୨୬ରେ ସବୁ ସରକାରୀ ହସ୍ପିଟାଲର ଜେନେରାଲ ୱାର୍ଡ, ଅଣ ଏମର୍ଜେନ୍ସି ବିଭାଗରୁ ନର୍ସିଂ ଅଫିସର ପ୍ରତ୍ୟାହାର ସହ ସେପ୍ଟେମ୍ୱର ୨୭ରୁ ସବୁ ନର୍ସିଂ ଅଫିସର କାର୍ଯ୍ୟ ବନ୍ଦ କରିବାକୁ ଓଡ଼ିଶା ନର୍ସିଂ ଏମ୍ପ୍ଲଇଜ ଆସୋସିଏସନ ସାଧାରଣ ସମ୍ପାଦକ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲା ।
ଏଥିନେଇ ଏଭଳି ପଦକ୍ଷେପ ନେଇଛି ନର୍ସିଂ ନିର୍ଦ୍ଦେଶାଳୟ । ଏହାଛଡ଼ା ଯଦି କୌଣସି ନର୍ସିଂ ଅଫିସର ଷ୍ଟ୍ରାଇକ କରୁଥିବେ, ସେନେଇ ଜଣାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛି ନିର୍ଦ୍ଦେଶାଳୟ । ଏପଟେ ଆସନ୍ତାକାଲିଠୁ ଆନ୍ଦୋଳନ କରିବା ପାଇଁ ସୂଚନା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ । ନର୍ସିଂ କ୍ଷେତ୍ରରେ ଆଉଟୋସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ, କର୍ମଚାରୀଙ୍କୁ କଣ୍ଟ୍ରାକଚ୍ୟୁଆଲରୁ ରେଗୁଲାର କରିବା ଆଦି ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ।
ରୋଗୀଙ୍କୁ ଦୃଷ୍ଟିରେ ରଖି ୨୫, ୨୬ରେ ଜରୁରୀ ସେବା ବ୍ୟାହତ କରିବୁନି । ୨୫ ଓ ୨୬ ତାରିଖରେ ଆଇସିୟୁ, ଓଟି ଭଳି ଇମରଜେନ୍ସିଂ ସେବା ସ୍ୱେଚ୍ଛାକୃତ ଭାବେ ଚଳାଇବେ ନର୍ସିଂ ଅଫିସର । ହେଲେ ଦୁଇ ଦିନ ଭିତରେ ଦାବି ପୂରଣ ନହେଲେ ଆନ୍ଦୋଳନକୁ ବ୍ୟାପକ କରିବେ ବୋଲି ଚେତାବନୀ ଦିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)