ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ। ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। ସେମାନଙ୍କୁ ଶପଥ ପାଠ କରାଇବେ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ୨୦ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଏଥର ବିଧାନସଭାକୁ ଆସିଛନ୍ତି ରେକର୍ଡ ସଂଖ୍ୟକ ୮୨ ଜଣ ନୂଆ ବିଧାୟକ।
ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ଏହି ତିନିଦିନିଆ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ବିଧାନସଭା।
Also Read
ଅଧିକ ପଢ଼ନ୍ତୁ: ବିଧାନସଭାକୁ ସାଇକେଲ ଧରି ପହଞ୍ଚିଲେ ସିଦ୍ଧାନ୍ତ; ସୁସ୍ଥ ରହିବା ପାଇଁ କଲେ ଆହ୍ବାନ...
ଗତକାଲି ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ। ପୋଲିସ କମିଶନର ସଞ୍ଜୀବ ପଣ୍ଡା ଓ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ଏହି ଯାଞ୍ଚ ସମୟରେ ଉପସ୍ଥିତ ଥିଲେ। ପୋଲିସ କମିଶନର ସୁରକ୍ଷା ଦାୟିତ୍ବରେ ଥିବାବେଳେ ୭୫ ପୋଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୋଲିସ୍ ନିୟୋଜିତ ହୋଇଛନ୍ତି । ଏଥିସହ ଆଣ୍ଟି ସାବୋଟେଜ୍ ଓ ଆଣ୍ଟି ଟେରୋରିଷ୍ଟ ଟିମ୍ ମଧ୍ୟ ରହିଛନ୍ତି।