• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ସ୍ୱାଧୀନତା ଦିବସରେ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ । କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ଦିନେ ଛୁଟି ଘୋଷଣା କରିଛନ୍ତି । କଟକରେ ସ୍ବାଧୀନତା ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ପ୍ରଭାତୀ ପରିଡ଼ା । ସରକାରୀ ଓ ଘରୋଇ ମହିଳା କର୍ମଚାରୀ ଦିନକ ପାଇଁ ଛୁଟି ନେଇପାରିବେ । ଋତୁସ୍ରାବ ଦିନ କିମ୍ବା ଦ୍ବିତୀୟ ଦିନ କର୍ମଜୀବୀ ମହିଳା ଛୁଟି ନେଇପାରିବେ ବୋଲି ସେ କହିଛନ୍ତି ।

ସୂଚନା ଅନୁସାରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ଆଜି ୭୮ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ପାଳିତ ହୋଇଛି । ଏହି ସମାରୋହରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଜିଲ୍ଲାସ୍ତରୀୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।

ସେପଟେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ । ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି ବୋଲି ନିଜ ସମ୍ବୋଧନରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେ ଆହୁରି କହିଛନ୍ତି, ଶ୍ରୀମନ୍ଦିର ୪ ଦ୍ବାର, ରତ୍ନଭଣ୍ଡାର ଖୋଲିଛୁ । ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା, ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଲାଗୁ ହେବ। ଏହି ଦୁଇଟି ପଦକ୍ଷେପ ଗ୍ରାମାଞ୍ଚଳ ଅର୍ଥନୀତିକୁ ସୁଦୃଢ଼ କରିବ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯିବ । ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ।

ସେହିପରି ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ହଜାରେ କୋଟି ବ୍ୟୟରେ ୧୨୦ ଏକର ଜମିରେ ଷ୍ଟାଡିଅମ ନିର୍ମାଣ ହେବ। ୧୯୭୫ ଏମର୍ଜେନ୍ସିରେ ମିଶା ଆଇନ ବଳରେ ଅନେକଙ୍କୁ ଜେଲ୍ ଯିବାକୁ ପଡ଼ିଥିଲା । ସେମାନଙ୍କୁ ସମ୍ମାନ ଦେବା ଲାଗି ପେନସନ୍, ମାଗଣା ବସ୍ ସେବା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

OTV is now on Whatsapp

Join and get latest news update delivered to you via whatsapp

Join Now