Subhadra Yojana: 'ସୁଭଦ୍ରା'କୁ ନେଇ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କଲେ ମିଳିବ ୨ଟି କିସ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ମିଳିଛି । ତା’ମଧ୍ୟରୁ କୃଷି ଉଦ୍ୟୋଗୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ରୋଜଗାର ଏବଂ ୠଣ ଦେବା ପାଇଁ ୮୭୪.୧୪ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ଅନୁମୋଦନ ମିଳିଛି ।

୯ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ବି ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ ଆବେଦନକାରୀ ମହିଳାଙ୍କୁ । ଆଜି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ । ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ଆଜି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସେହିପରି ମଧୁବାବୁ ଭତ୍ତା ଯୋଜନା ଏବଂ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନର ୮୦ ବର୍ଷ କିମ୍ବା ତା’ଠୁ ବୟସ୍କ ଭତ୍ତା ହିତାଧିକାରୀ ଏବଂ ଶତକଡ଼ା ୮୦ ପ୍ରତିଶତ କିମ୍ବା ତା’ଠୁ ଅଧିକ ଭିନ୍ନକ୍ଷମ ଥିବା ହିତାଧିକାରୀଙ୍କ ଭତ୍ତା ରାଶି ୩ ହଜାର ୫ଶହ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଚଳିତ ମାସରୁ ହିଁ ଲାଗୁ ହେବ ବୋଲି ନିଷ୍ପତ୍ତି ନିଆଯାଇଛି ।

ଅଧିକ ପଢ଼ନ୍ତୁ: ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି, ୩୦ କେଜି ସୁନା ଧରି ଚମ୍ପଟ ମାରିଲେ ଲୁଟେରା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ମିଳିଛି । ତା’ମଧ୍ୟରୁ କୃଷି ଉଦ୍ୟୋଗୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ରୋଜଗାର ଏବଂ ୠଣ ଦେବା ପାଇଁ ୮୭୪.୧୪ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ଅନୁମୋଦନ ମିଳିଛି । ସେହିପରି ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର-ମାଗଣା ବିଜୁଳି ଯୋଜନା ପାଇଁ ୩୦ ହଜାର ଟଙ୍କା କେନ୍ଦ୍ର ସରକାର ସବସିଡି ଦେଉଥିବାବେଳେ ରାଜ୍ୟ ସରକାର ୨୫ ହଜାର ଟଙ୍କା ଅତିରିକ୍ତ ସବସିଡି ଦେବେ ବୋଲି ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ଏହା ବ୍ୟତୀତ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ବ୍ୟାଙ୍କ ୠଣ ପାଇଁ ସରକାରୀ ଗ୍ୟାରେଣ୍ଟି ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବକୁ ବି ମଞ୍ଜୁରୀ ମିଳିଛି ।

ଅଧିକ ପଢ଼ନ୍ତୁ: ଠକେଇର ନୂଆ ଫଣ୍ଡା; ହଜାରେ ଟଙ୍କିଆ ଚେକ୍ ନେଇ ବ୍ୟାଙ୍କରୁ ପୋଛିନେଲା ୭୧ ହଜାର...