Advertisment

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି; ବଢ଼ିଲା ଶ୍ରମିକଙ୍କ ମଜୁରୀ, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି...

ରାଜ୍ୟ କ୍ୟାବିନେଟର ବୈଠକ ଶେଷ । ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି । ପିଏମ୍ କିଷାନରେ ଅନ୍ତର୍ଭୁକ୍ତ ହେବେ ଆଉ ୫ରୁ ୬ ଲକ୍ଷ ଚାଷୀ।

author-image
Sujit kumar Swain
ଅଦ୍ୟତନ ହୋଇଛି
wage hike In Odisha

wage hike

ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି। ସର୍ବନିମ୍ନ ମଜୁରୀ ବୃଦ୍ଧିକୁ ମଂଜୁରି ଦେଇଛି ରାଜ୍ୟ କ୍ୟାବିନେଟ୍। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଛି। ଅଣକୁଶଳୀ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିଥିବା ବେଳେ କୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ରୁ ୫୦୦, ଉଚ୍ଚ କୁଶଳୀଙ୍କର ୫୦୨ରୁ ୬୦୦ ଟଙ୍କାକୁ ବୃଦ୍ଧି ପାଇଛି।

Advertisment

ଅଧିକ ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ନେଇ SOP; ସାଙ୍ଗରେ ଯିବେ ସାପ ଧରାଳି ଓ ଡାକ୍ତରୀ ଟିମ୍ !

ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ଆଜି କ୍ୟାବିନେଟରେ ଅନୁମୋଦନ ମିଳିଛି। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ଏଥିସହ ତାଳପତ୍ର ପୋଥି ସଂଗ୍ରହାଳୟ ଏବଂ ବିଭିନ୍ନ ୟୁନିଭର୍ସିଟିରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବ। କଟକର ଐତିହାସିକ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପାଇଁ ଉଦ୍ୟମ କରାଯିବ ବୋଲି ବୈଠକ ଶେଷରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। 

Advertisment

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ। ଏଥିସହ ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ ଏବଂ ଏଥିରେ କ୍ଷୁଦ୍ର, ମଧ୍ୟମ ଓ ସହରାଞ୍ଚଳ ଚାଷୀ ଅନ୍ତର୍ଭୁକ୍ତ ରହିବେ। 

Cabinet Meeting Wage Hike Odisha Cabinet Meeting BJP
Advertisment
Advertisment