• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

କାର୍ଗିଲ୍ ବିଜୟ ଦିବସରେ ରାଜ୍ୟରେ ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ସ୍ଥାୟୀ ନିଯୁକ୍ତି ପାଇ ନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ନେଇ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ । ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକମାନେ ଆମର ଗର୍ବ ଓ ଗୌରବ । ଆମର ଅଗ୍ନିବୀରମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି । ଅଗ୍ନିବୀର ଯୋଜନା ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବସମାଜକୁ ଦକ୍ଷ, ସାହସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି ।

ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ରାଜ୍ୟ ସରକାର ଓଡ଼ିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ବିଜେପି ଶାସିତ ରାଜ୍ୟ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଉତ୍ତରାଖଣ୍ଡ ଓ ଛତିଶଗଡ଼ ପରେ ପୂର୍ବତନ ସେନା ଅଧିକାରୀଙ୍କ ପାଇଁ ସଂରକ୍ଷଣ ଘୋଷଣା କରିଛି ଓଡ଼ିଶା ।

OTV is now on Whatsapp

Join and get latest news update delivered to you via whatsapp

Join Now