/odishatv-khabar/media/post_attachments/uploadimage/library/16_9/16_9_0/CMO_1745468082.jpg)
CMO
ଜାମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଇସାଣୀ ଗାଁରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ମିଳିବ ଚାକିରି ଓ ପୁଅର ପାଠପଢ଼ା ପାଇଁ ସମସ୍ତ ବ୍ୟବସ୍ଥା ସରକାର କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ପ୍ରଶାନ୍ତଙ୍କ ଶେଷ ଯାତ୍ରାରେ ସାମିଲ ହୋଇଛନ୍ତି।
ଅଧିକ ପଢ଼ନ୍ତୁ:ପହଲଗାମରେ ହମଲା; ଏହି ଆତଙ୍କୀ ସଂଗଠନ କଲା ନିଜକୁ ଦାୟୀ
ଆଜି ଭୋରରେ ବାଲେଶ୍ୱର ଜିଲ୍ଲା ଇସାଣୀ ଗାଁରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ପାର୍ଥିବ ଶରୀର। ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ଗତକାଲି ରାତିରେ ମରଶରୀର ଜାମ୍ମୁ-କାଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର। ବିଳମ୍ବିତ ରାତି ପର୍ଯ୍ୟନ୍ତ ବିମାନବନ୍ଦରରେ ଅପେକ୍ଷା କରି ରହିଥିଲେସାଧାରଣ ଜନତାଠାରୁ ଆରମ୍ଭ କରି ରାଜନେତା ଏବଂ ବରିଷ୍ଠ ପୋଲିସ ଅଧିକାରୀ।
ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଉ, ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପିସିସି ସଭାପତି ଭକ୍ତ ଦାସଙ୍କ ସହ ପୋଲିସ ଡିଜି ଓ୍ୱାଇ.ବି ଖୁରାନିଆ ଓ ବରିଷ୍ଠ ପୋଲିସ ଅଧିକାରୀ। ଏହାପରେ ପୈତୃକ ଗ୍ରାମ ବାଲେଶ୍ୱର ଇସାଣୀ ଗାଁ ଅଭିମୁଖେ ବାହାରିଥିଲା ପାର୍ଥୀବ ଶରୀର। ପ୍ରଶାନ୍ତଙ୍କ ଶେଷକୃତ୍ୟ ପାଇଁ ଜିଲ୍ଲା ପ୍ରଶାସନ ଆରମ୍ଭ କରିଛି ପ୍ରସ୍ତତି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର ଇସାଣୀ ଗାଁ ଗସ୍ତ କରି ଶେଷକୃତ୍ୟରେ ସାମିଲ ହେବା ନେଇ ସୂଚନା ରହିଛି।
ମଙ୍ଗଳବାର ପହଲଗାମରେ ଆତଙ୍କୀଙ୍କ ଗୁଳିରେ ଆଖି ବୁଜିଥିଲେ ପ୍ରଶାନ୍ତ ଶତପଥୀ। ପତ୍ନୀ ଓ ପୁଅଙ୍କ ସହ ବୁଲୁଥିବା ବେଳେ ସେମାନଙ୍କ ସାମ୍ନାରେ ହିଁ ପ୍ରଶାନ୍ତଙ୍କୁ ଗୁଳି କରିଥିଲେ ଆତଙ୍କବାଦୀ। ଆଉ ସେଇଠି ଟଳି ପଡିଥିଲେ ପ୍ରଶାନ୍ତ। ପ୍ରଶାନ୍ତ ସମେତ ୨୮ ଜଣ ପର୍ଯ୍ୟଟଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)